ସେଁପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଗୋପବନ୍ଧୁ ଦାସଙ୍କ ଜନ୍ମଜୟନ୍ତୀ ପାଳିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଭବାନୀପାଟଣା ବ୍ଲକ ସେଁପୁର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମ ଜୟନ୍ତି ପାଳିତ ହୋଇଯାଇଛି । ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପରିଚାଳନା ସମିତିର ସମ୍ପାଦକ ନରେଶ ସାହୁ ଯୋଗଦେଇ ପଣ୍ଡିତ ଗୋପବନ୍ଧୁଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣକରି ତାଙ୍କ ସେବା ଓ ତ୍ୟାଗ ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ଉଦବୋଧନ ଦେଇଥିଲେ । ପ୍ରଧାନ ଆଚାର୍ଯ୍ୟ ଟିକେଦେବ ସାହୁ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଛାତ୍ରଛାତ୍ରୀମାନେ ମହାପୁରୁଷ ଗୋପବନ୍ଧୁ ଦାସଙ୍କ ବିଷୟରେ ବକୃତା ଦେଇଥିଲେ । ଏଥିରେ ବିଦ୍ୟାଳୟର ସମସ୍ତ ଆଚାର୍ଯ୍ୟ ଆଚାର୍ଯ୍ୟା ଯଥା; ଗୀତାଞ୍ଜଳି ବାଗ, ରଶ୍ମିତା ନାୟକ, ପ୍ରଭାତୀ ବେହେରା, ରିତା ସାହୁ, ଭଞ୍ଜନୀ ଗୁରୁମା, ସୁନିତା ସାହୁ, ମନୀଷା ଗୁରୁମା, ଜନାର୍ଦ୍ଦନ ବାଗ, ପୂର୍ଣ୍ଣଚନ୍ଦ୍ର ନାଗ, ପ୍ରବୀଣ ତ୍ରିପାଠୀ, ଗଙ୍ଗାଧର ଚଲାନ, ଭୋଜରାଜ ବାଗ, ଖୁସିରାମ ସାହୁ, ଯଶୋବନ୍ତ ଚିନ୍ଦା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.