ଗୋପବନ୍ଧୁ ଜୟନ୍ତୀ ଓ ପ୍ରତିମୂର୍ତ୍ତି ଉନ୍ମୋଚନ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ହେମନ୍ତ ସାହୁ): କଳାହାଣ୍ଡି ଜିଲ୍ଲା ମ.ରାମପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଉତ୍କଳମଣି ଗୋପବନ୍ଧୁ ଦାସ ଜୟନ୍ତୀ ଓ ପ୍ରତିମୂର୍ତ୍ତି ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପରିଚାଳନା କମିଟିର ସଭାପତି ଅଶ୍ୱିନୀ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗିରୀ ଗୋବର୍ଦ୍ଧନ ଉଚ୍ଚ ବିଦ୍ୟାପୀଠ ର ପ୍ରଧାନ ଶିକ୍ଷକ ନନ୍ଦ କିଶୋର ସାହୁ, ସମ୍ମାନୀତ ଅତିଥି କଣ୍ଠ ଶିଳ୍ପୀ ସନ୍ତୋଷ କୁମାର ଦୁବେ, ଅବିନାଶ ଶତପଥୀ, ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ଦାତା ଶିକ୍ଷକ ରମେଶ ଚନ୍ଦ୍ର ମିଶ୍ର ଯୋଗ ଦେଇଥିଲେ । ପ୍ରଧାନ ଆଚାର୍ଯ୍ୟ କିଶୋର ଚନ୍ଦ୍ର ତ୍ରିପାଠୀ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। କୋଷାଧ୍ୟକ୍ଷ ହେମନ୍ତ ସାହୁ ସ୍ବର୍ଗତ ଯୁବ କଣ୍ଠ ଶିଳ୍ପୀ ସୁମନ ଶେଖର ମିଶ୍ର(ହାପି)ଙ୍କ ସ୍ମୃତିରେ ଗୋପବନ୍ଧୁ ପ୍ରତିମୂର୍ତ୍ତି ସ୍ଥାପନ କରୁଥିବାରୁ ସୁମନଙ୍କ ସ୍ମୃତି ଚାରଣ କରିଥିଲେ । ଅନ୍ୟ ସମସ୍ତ ଅତିଥିଙ୍କ ଅଭିଭାଷଣ ପରେ ସମ୍ପାଦକ ରଜନୀ କାନ୍ତ ମହାଖୁଡ଼ ଧନ୍ୟବାଦ ଅର୍ପଣ କରିଥିଲେ। ମଞ୍ଚ ପରିଚାଳନା ଗୁରୁମା ଆରତୀ ମହାପାତ୍ର। ସଭା କାର୍ଯ୍ୟ ପରେ ଅତିଥି ମାନଙ୍କ ଦ୍ଵାରା ଉତ୍କଳ ମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ଅନାବରଣ କରାଯାଇଥିଲା। ଅନ୍ୟ ମାନଙ୍କ ମଧ୍ୟରେ କଣ୍ଠଶିଳ୍ପୀ ସରସ୍ଵତୀ ଦାଶ, ନିରଞ୍ଜନ ମହାରଣା, ବିଭୁତି ଭୂଷଣ ମହାଖୁଡ, ନିରଞ୍ଜନ ମହାପାତ୍ର ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ସମସ୍ତ ଗୁରୁଜୀ, ଗୁରୁମା ସହଯୋଗ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.