ସରିଆଁ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ ମିଲେଟ୍ସ ପ୍ରତିଯୋଗିତା ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ୍ ଅନ୍ତର୍ଗତ ସରିଆଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ସରିଆଁ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୩’ ଓ ‘ମିଲେଟ୍ସ ପ୍ରତିଯୋଗିତା-୨୦୨୩’ ଅନୁଷ୍ଠିତ ହୋଇଯାଇଛି। ମହୋତ୍ସବକୁ ନର୍ଲା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୂର୍ଯ୍ୟଦେବ ବାଗ ଉଦଘାଟନ କରିଥିବା ବେଳେ ଏଥିରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିତର୍କ, ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, କୁଇଜ୍, ସୃଜନଶୀଳ ଲିଖନ, ବକ୍ତୃତା, ସଙ୍ଗୀତ, ଓଡ଼ିଆ ହସ୍ତାକ୍ଷର ଓ ଶ୍ରୁତଲିଖନ, ସାଂସ୍କୃତିକ କାର୍ଯ୍ୟକ୍ରମ, ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଚିତ୍ରକଳା ଓ ଶିଳ୍ପକଳା ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। 

Omkar Vasthu
Omkar Vasthu

ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ସରିଆଁର ପ୍ରଧାନଶିକ୍ଷକ ସାଧୁରାମ ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ସରିଆଁ ସରପଞ୍ଚ ଓମପ୍ରକାଶ ଛତ୍ରିଆ, ସମ୍ମାନିତ ଅତିଥି ଭାବେ ସମିତି ସଭ୍ୟ ଭାସ୍କର ଭୋଇ, ପାରମ୍ପରିକ ଚିକିତ୍ସକ ବୈଦ୍ୟରାଜ ପବିତ୍ର ଶବର, ନର୍ଲା ପ୍ରାଥମିକ ଶିକ୍ଷକ ସଂଘର ସାଧାରଣ ସଂପାଦକ ଅମିତ ଶର୍ମା, ବରିଷ୍ଠ ଶିକ୍ଷକ ଶରତ କୁମାର ଭୋଇ, ସରିଆଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଟଙ୍କଧର ସାହା, ବିଦ୍ୟାଳୟ ପରିଚାଳନା ସମିତି ଅଧ୍ୟକ୍ଷ ରାଜେଶ ବେନିଆଁ, ସରିଆଁ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୁଧୀର କୁମାର ଧଙ୍ଗଡ଼ାମାଝୀ ପ୍ରମୁଖ ମଞ୍ଚାସୀନ ଥିବା ବେଳେ ବରିଷ୍ଠ ଶିକ୍ଷକ ଗଙ୍ଗାନାରାୟଣ ଦାଶ ମଞ୍ଚ ପରିଚାଳନା କରିଥିଲେ। କ୍ଲଷ୍ଟରର ଶିକ୍ଷକ ଶିକ୍ଷୟିତ୍ରୀମାନେ ମହୋତ୍ସବ ପରିଚାଳନାରେ ସହଯୋଗ କରିଥିଲେ।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.