ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଆୟୋଜନ ନିମନ୍ତେ ପ୍ରସ୍ତୁତି ବୈଠକ

ଓଡ଼ିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ଓଡିଶା ଆନୁକୂଲ୍ୟରେ ଜିଲ୍ଲା ମତ୍ସ୍ୟ ବିଭାଗ ଓ ଜିଲ୍ଲା ପ୍ରାଣୀ ସମ୍ପଦ ବିଭାଗ ତରଫରୁ ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା-୨୦୨୩ ଆୟୋଜନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଶ୍ରୀ ବିମଳେନ୍ଦୁ ରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ପ୍ରାଣୀ ସମ୍ପଦ ଅଧିକାରୀ ଡ଼ ରତ୍ନାକର ରାଉତ ସ୍ୱାଗତ ଅଭିଭାଷଣ ଦେବା ସହିତ ଆୟୋଜିତ ହେବାକୁ ଥିବା ମେଳାର ରୂପ ରେଖ ଉପରେ ସୂଚନା ପ୍ରଦାନ କରିଥିଲେ l ଏହି ମେଳାକୁ ଲୋକାଭିମୁଖୀ ତଥା ଆକର୍ଷଣୀୟ କରିବା ଉପରେ ଜିଲ୍ଲାପାଳ ଶ୍ରୀ ରାୟ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ଓ ଉପସ୍ଥିତ ଜିଲ୍ଲାସ୍ତରୀୟ ଅଧିକାରୀଙ୍କୁ ସୁ ସମନ୍ୱୟ ପୂର୍ବକ ମେଳାର ଯୋଜନା ରୂପରେଖ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି l ଏହି ମେଳା ଆସନ୍ତା ନଭେମ୍ବର ୨୦ ରୁ ୨୫ ତାରିଖ ମଧ୍ୟରେ ଦୁଇଦିନ ଧରି ଆୟୋଜନ କରାଯିବାକୁ ସ୍ଥିରୀକୃତ କରାଯାଇଛି l ମେଳାରେ ଜିଲ୍ଲାର ବିଭିନ୍ନ ବିଭାଗର ଉନ୍ନୟନ ପ୍ରଦର୍ଶନୀ ମଣ୍ଡପ ସାଙ୍ଗକୁ ମଡେଲ ପ୍ରଦର୍ଶିତ କରାଯିବ l ପୁନଶ୍ଚ ମେଳାରେ ବିଭିନ୍ନ ଖାଦ୍ୟ ପସରା ସମ୍ମିଳିତ ଫୁଡ କୋଟ ଓ ଚିତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ l ଅନୁଷ୍ଠିତ ଅଦ୍ୟ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ, ଅତିରିକ୍ତ ଆରକ୍ଷୀ ଅଧିକାରୀ ବୀରେନ୍ଦ୍ର କୁମାର ନାୟକ, ସିଡିଓ ତଥା ଇଓ ଜିଲ୍ଲା ପରିଷଦ ଅଶ୍ୱିନୀ ମେହେର, ଜିଲ୍ଲା ମତ୍ସ୍ୟ ଅଧିକାରୀ ପ୍ରସନ୍ନ ପଟ୍ଟନାୟକ, ତଥା ସମ୍ପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗଦାନ କରି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ l

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.