ଅଟାଙ୍ଗଗୁଡ଼ା କ୍ଲଷ୍ଟର ସ୍ତରୀୟ ସୁରଭି ଓ ମିଲେଟ୍ସ ପ୍ରତିଯୋଗିତା-୨୦୨୩ ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଭବାନୀପାଟଣା ବ୍ଲକ୍ ଅନ୍ତର୍ଗତ ଅଟାଙ୍ଗଗୁଡ଼ା କ୍ଲଷ୍ଟର ସ୍ତରୀୟ ‘ସୁରଭି-୨୦୨୩’ ଓ ‘ମିଲେଟ୍ସ ପ୍ରତିଯୋଗିତା-୨୦୨୩’ ସିର୍ଲିଗୁଡ଼ା ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିତର୍କ, ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, କୁଇଜ୍, ସୃଜନଶୀଳ ଲିଖନ, ବକ୍ତୃତା, ସଙ୍ଗୀତ, ଓଡ଼ିଆ ହସ୍ତାକ୍ଷର ଓ ଶ୍ରୁତଲିଖନ, ସାଂସ୍କୃତିକ କାର୍ଯ୍ୟକ୍ରମ, ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଚିତ୍ରକଳା ଓ ଶିଳ୍ପକଳା ଆଦି ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଉଦଘାଟନୀ ସମାରୋହରେ ଯୁବ ସାମ୍ବାଦିକ ସନ୍ତୋଷ ସିଂଦେଓ ଅତିଥି ଭାବେ ଯୋଗ ଦେଇଥିଲେ। ସିଆରସିସି ବିଜୟ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ଭାଷାବିତ ପରମେଶ୍ବର ମୁଣ୍ଡ, ବିଶିଷ୍ଟ ଅତିଥି ଭବାନୀପାଟଣା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଜଗଦୀଶ ଚନ୍ଦ୍ର ମୁଣ୍ଡ ଓ ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ଶିକ୍ଷକ ଉମା ପ୍ରଧାନ ମଞ୍ଚାସୀନ ଥିବା ବେଳେ ଶିକ୍ଷକ ଡିଲେଶ୍ୱର ରଣା ମଞ୍ଚ ପରିଚାଳନା କରିଥିଲେ

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.