ବୁରାଟ କ୍ଲଷ୍ଟର ସ୍ତରୀୟ ସୁରଭି ଓ ମିଲେଟ୍ସ ପ୍ରତିଯୋଗିତା-୨୦୨୩ ଆୟୋଜିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ୍ ଅନ୍ତର୍ଗତ ବୁରାଟ କ୍ଲଷ୍ଟର ସ୍ତରୀୟ ‘ସୁରଭି-୨୦୨୩’ ଓ ‘ମିଲେଟ୍ସ ପ୍ରତିଯୋଗିତା-୨୦୨୩’ କେଶପଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଯାଇଛି। ଏଥିରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିତର୍କ, ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, କୁଇଜ୍, ସୃଜନଶୀଳ ଲିଖନ, ବକ୍ତୃତା, ସଙ୍ଗୀତ, ଓଡ଼ିଆ ହସ୍ତାକ୍ଷର ଓ ଶ୍ରୁତଲିଖନ, ସାଂସ୍କୃତିକ କାର୍ଯ୍ୟକ୍ରମ, ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଚିତ୍ରକଳା ଓ ଶିଳ୍ପକଳା ଆଦି ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ସିଆରସିସି କେଦାରନାଥ ନାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନର୍ଲା ଗୋଷ୍ଠୀ ଶିକ୍ଷା ଅଧିକାରୀ ତପିମଣି ଜାନି, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୋବର୍ଦ୍ଧନ ମାଝୀ ଓ ସୂର୍ଯ୍ୟଦେବ ବାଗ, ଘଣ୍ଟମାଲ ସମିତି ସଭ୍ୟା ଅବନ୍ତି ଦଳେଇ, ଘଣ୍ଟମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ତ୍ରିବିକ୍ରମ ଷଡ଼ଙ୍ଗୀ ପ୍ରମୁଖ ମଞ୍ଚାସୀନ ଥିଲେ। କେଶପଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହରିଅର୍ଜୁନ ସିଂ ମଞ୍ଚ ପରିଚାଳନା କରିଥିବାବେଳେ ସମସ୍ତ ପ୍ରତିଯୋଗିତାର ମୁଖ୍ୟ ଦାୟିତ୍ବରେ ଥିଲେ ସରୋଜ ବେହେରା। ପରିଶେଷରେ ଘଣ୍ଟମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତ୍ରିବିକ୍ରମ ଷଡ଼ଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ। କ୍ଲଷ୍ଟରର ଶିକ୍ଷକ ଶିକ୍ଷୟିତ୍ରୀମାନେ ମହୋତ୍ସବ ପରିଚାଳନାରେ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.