ସ୍ୱାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା ଶିବିର ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୋନପୁର ସ୍ଥିତ IDEAL PUBLIC SCHOOL ଠାରେ ନାଇକେନପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ରାଷ୍ଟ୍ରିୟ ବାଳ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି l ଏହି ସ୍ୱାସ୍ଥ୍ୟ ଶିବିର ଆର ବିଏସକେଟିମର ଡ଼ ସରୋଜ କୁମାର ପଟେଲ, ଫାର୍ମାସିଷ୍ଟ ହୃଷିକେଶ ମିଶ୍ର ଓ ସ୍ୱାସ୍ଥ୍ୟ କର୍ମୀ ଶୁଭଲଷ୍ମୀ ବାଘ ଦ୍ୱାରା ସମସ୍ତ ଛାତ୍ର ଓ ଛାତ୍ରୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା ଓ ଶେଷରେ ଟିମ ଦ୍ୱାରା ସମସ୍ତ ଛାତ୍ରଛାତ୍ରୀଙ୍କୁ ଡେଙ୍ଗୁ ଓ ମ୍ୟାଲେରିଆ ବିଷୟରେ ସ୍ୱାସ୍ଥ୍ୟ ସଚେତନତା କରିଥିଲେ l ଏହି କାର୍ଯ୍ୟକ୍ରମକୁ ସୁଚାରୁରୂପେ ତୁଲାଇବା ପାଇଁ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅନୁସୟା ପ୍ରଧାନ ଓ ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀମାନେ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.