ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): କଳାହାଣ୍ଡି ଜିଲ୍ଲାର କଶୃପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଯୁବ ରେଡକ୍ରସ ସ୍ଵେଚ୍ଛାସେବୀ ମାନଙ୍କ ଦ୍ଵାରା ଏକ ଦିବସୀୟ ସଫେଇ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷ ରମେଶ ଚନ୍ଦ୍ର ନାଏକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସ୍ୱଚ୍ଛତା ସମାଜ ପାଇଁ କେତେ ଜରୁରୀ ତାହା ବ୍ୟକ୍ତ କରିଥିଲେ। ରେଡକ୍ରସ ଯୁବ ପରାମର୍ଶଦାତା ଅଧ୍ୟାପକ ଡକ୍ଟର ଅଜିତ କୁମାର ବେହେରାଙ୍କ ନେତୃତ୍ୱରେ ସ୍ବେଛାସେବୀମାନେ ପ୍ଲାକାର୍ଡ ଧରି ଗ୍ରାମ ପରିକ୍ରମା କରିବା ସହ ରାସ୍ତାଘାଟ ଓ ମହାବିଦ୍ୟାଳୟ ପରିସରକୁ ସଫା କରିଥିଲେ।