ବ୍ଳକସ୍ତରୀୟ ସୁରଭି ଓ ମିଲେଟସ୍ ପ୍ରତିଯୋଗୀତା

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): କୋକସରା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଠାରେ ବୁଧବାର ବ୍ଳକସ୍ତରୀୟ ସୁରଭି ଓ ମିଲେଟସ୍ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଛି । ଗୋଷ୍ଠୀ ଶିକ୍ଷା ଅଧିକାରୀଣି ରଶ୍ମିତା ନେତାମଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଶିଶୁ ମହୋତ୍ସବ ଓ ସୁରଭି ମେଳାର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷାଅଧିକାରୀ ଟେମଲାଲ ଦୁବେ ଯୋଗଦେଇ ଆନୁଷ୍ଠାନିକ ଭାବେ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲ। ମୁଖ୍ୟବକ୍ତା ଭାବେ କୋକସରା ସମାଜ କଲ୍ୟାଣ ସମ୍ପ୍ରସାରଣ ଅଧିକାରୀ ଆକାଶ କୁମାର ଦିଗାଲ ଯୋଗଦେଇ ଥିଲେ। ବରିଷ୍ଠ ଶିକ୍ଷକ ସଞ୍ଜିବ ପାଢ଼ୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଅଧିକାରୀଣି ଆଲୋରାଣୀ ହଲଦାର, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତୋଫାନ ମାଝୀ, ସୀମାଞ୍ଚଲ ପାଢ଼ୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ହୋଇଥିଲେ। ଏହି ଅବସରରେ କନିଷ୍ଠ ଓ ବରିଷ୍ଠ ବିଭାଗରେ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ଗୀତ, ନୃତ୍ୟ, କୁଇଜ୍, ସୁଲିଖନ, ରଚନା, ବକୃତା, ବିତର୍କ, ଚିତ୍ରାଙ୍କନ ଆଦି ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା। ଦିତୀୟ ଅଦିବେଶନ ତଥା ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ଼ ବିଧାୟକ ମୌଷଧୀ ବାଗ, ଗୋଷ୍ଠୀ ଶିକ୍ଷା ଅଧିକାରୀଣି ରଶ୍ମିତା ନେତାମ, ବରିଷ୍ଠ ଶିକ୍ଷକ ସଞ୍ଜିବ ପାଢ଼ୀ ଏବିଇଓ ତୋଫାନ ମାଝୀ ପ୍ରମୁଖ ଯୋଗଦେଇ ବିଭିନ୍ନ ପ୍ରତିଯୋଗିତାରେ ଭାଗନେଇଥିବା ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିବା ସହ କୃତ୍ତି ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର ସହ ପୁରସ୍କାର ପ୍ରଦାନ କରିଥିଲେ। ମଞ୍ଚକୁ ପ୍ରଶାନ୍ତ କୁମାର ଶବର ପରିଚାଳନା କରିଥିବାବେଳେ ନୋଡାଲ ସିଆରସିସି ବୈକୁଣ୍ଠ ଜାଲ ଓ ଗୋବର୍ଦ୍ଧନ ବେମାଲ ସହଯୋଗ କରିଥିଲେ। କାର୍ଯ୍ୟକ୍ରମରେ ସମସ୍ତ ସିଆରସିସି, ଶିକ୍ଷକ, ଶିକ୍ଷୟିତ୍ରୀ ମାନେ ସାମିଲ ହୋଇ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.