ସହିଦ୍ ରେଣ୍ଡୋ ମାଝୀ ମେଡିକାଲ୍ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ କଳାହାଣ୍ଡି ଗସ୍ତରେ ଆସି ସହିଦ୍ ରେଣ୍ଡୋ ମାଝୀ ମେଡିକାଲ୍ କଲେଜ ଉଦଘାଟନ ଉଦଘାଟନ କରିବା ସହିତ ସେଠାରେ କିପରି ସୁବିଧା ସୁଯୋଗ ରହିଛି ସେ ନେଇ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ଏହି ଉଦଘାଟନୀ ଉତ୍ସବରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ରାଷ୍ଟ୍ରମନ୍ତ୍ରୀ ଏସ ପି ସିଂହ ବାଘେଲଙ୍କ ସହିତ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା, ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ ଏବଂ ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ ମଧ୍ୟ ଉପସ୍ଥିତ ଥିଲେ। ଏଠାରେ ପ୍ରକାଶଯୋଗ୍ୟ ଯେ, ଭବାନୀପାଟଣା ଠାରେ ୪୮୧ କୋଟି ଟଙ୍କା ଖର୍ଚ୍ଚରେ ନିର୍ମାଣ ହୋଇଛି ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜ ଓ ହସ୍ପିଟାଲ। ୧୦୦ ଆସନ ବିଶିଷ୍ଟ ଏହି ମେଡିକାଲ କଲେଜ ଲୋକାର୍ପିତ ହେବା ସହ କଳାହାଣ୍ଡି ଦେଖିଛି ବିକାଶର ନୂଆ ସୂର୍ଯ୍ୟୋଦୟ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.