ଲାଞ୍ଜିଗଡରେ ‘ଆମ ଓଡିଶା ନବୀନ ଓଡିଶା’ର ଶୁଭାରମ୍ଭ କଲେ  ମୁଖ୍ୟମନ୍ତ୍ରୀ 

ଓଡ଼ିଆ ବାର୍ତ୍ତା/କଳାହାଣ୍ଡି (ନିଲେଶ କୁମାର ନାଗ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକରେ ଭିଡିଓ କନଫରେନ୍ସ ଜରିଆରେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଆମ ଓଡିଶା ନବୀନ ଓଡିଶା’ର ଶୁଭାରମ୍ଭ କରିଛନ୍ତି। ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ଵନାଥପୁର ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ଆୟୋଜିତ ଭିଡିଓ କନଫରେନ୍ସ ମାଧ୍ୟମରେ ଆମ ଓଡିଶା ନବୀନ ଓଡିଶା ଓ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ବିଭିନ୍ନ ପ୍ରକଳ୍ପର ମଞ୍ଜୁର କରାଯାଇଥିବା ଅର୍ଥ ରାଶିର ସୂଚନା ଦେଇଥିଲେ। ବ୍ଳକ ଅଧ୍ୟକ୍ଷା କମଳା ପାତ୍ର ‘ଆମ ଓଡିଶା ନବୀନ ଓଡିଶା’ ଯୋଜନାରେ ଆମ ଅଞ୍ଚଳର ବିକାଶ ଆଉ ପାଦେ ଆଗେଇଯିବ ବୋଲି କହିବା ସହ ବ୍ଳକ ଅଞ୍ଚଳର ଲୋକମାନଙ୍କ ତରଫରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫-ଟି ଓ ଆମ ଓଡ଼ିଶା ନବୀନ ଓଡିଶାର ଅଧ୍ୟକ୍ଷ ଭିକେ ପାଣ୍ଡିଆନକୁ କୃତଜ୍ଞତା ସହ ଧନ୍ୟବାଦ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଲାଞ୍ଜିଗଡ଼ ବିଡ଼ିଓ ଶଶାଙ୍କ ପାତ୍ର, ଲାଞ୍ଜିଗଡ ତହସିଲଦାର ମୁନିନ୍ଦ୍ର ହୋନାଙ୍ଗା , କଳାହାଣ୍ଡି ସ୍ଵତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଶିବାଜୀ ମାଝୀ, ପୁର୍ବତନ୍ ଲାଞ୍ଜିଗଡ଼ ବିଧାୟକ ବଳଭଦ୍ର ମାଝୀ, ଜୋନ-୧ ଜିଲ୍ଲା ପରିଷଦ ସଦସ୍ୟା ଅଞ୍ଜଳି ମାଝୀ, ଜୋନ -୨ ଜିଲ୍ଲା ପରିଷଦ ସଦସ୍ୟ ପରିକ୍ଷିତ ନାଏକ, ବିଧାୟକ ପ୍ରତିନିଧି ପ୍ରଦୀପ ଘଡେ଼ଇ , ବିଜୁ ଜନତା ଦଳ ବ୍ଳକ ସଭାପତି ସମେତ ସମସ୍ତ ୨୬ ଗୋଟି ଗ୍ରାମ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ,ସଭ୍ୟା ,ସ୍ଵଂୟ ସହାୟିକା ଗୋଷ୍ଠୀ ର ମହିଳା, ମିଶନ ଶକ୍ତିର ମାଆ ମାନେ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ହଜାର ହଜାର ସଂଖ୍ୟାରେ ମହିଳା ଓ ପୁରୁଷ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଲାଞ୍ଜିଗଡ଼ ଅଗ୍ନିଶମ ବିଭାଗ ଓ ଲାଞ୍ଜିଗଡ଼ ଓ ବିଶ୍ୱନାଥପୁର ଥାନା ପକ୍ଷରୁ ସୁରକ୍ଷା ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା। ବ୍ଲକର ସମସ୍ତ କର୍ମଚାରୀ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହି ସଂପୂର୍ଣ୍ଣ ଭାବେ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.