କଳାହାଣ୍ଡି ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଏବଂ ଓଡ଼ିଶା ମିଲେଟ୍ସ ପ୍ରତିଯୋଗିତା ଉଦଘାଟିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଭବାନୀପାଟଣା ବ୍ରଜମୋହନ ହାଇସ୍କୁଲ୍ ପରିସରରେ କଳାହାଣ୍ଡି ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୩’ ତଥା ଓଡ଼ିଶା ମିଲେଟ୍ସ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ଚୋପଦାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦଘାଟନୀ ସମାରୋହରେ ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ବିଶ୍ୱେଶ୍ୱର ସାହୁ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ ଦୁବେ, ବ୍ରଜମୋହନ ହାଇସ୍କୁଲର ପ୍ରଧାନଶିକ୍ଷକ ଷଷ୍ଠୀ ଝାଙ୍କର ପ୍ରମୁଖ ଯୋଗ ଦେଇଥିଲେ। ମଞ୍ଚ ପରିଚାଳନା କରିଥିଲେ ଶିକ୍ଷକ ସୁଧୀର ପଣ୍ଡା। ବ୍ରଜମୋହନ ହାଇସ୍କୁଲର ଛାତ୍ରୀମାନେ ସ୍ୱାଗତ ସଂଗୀତ ଓ କୁନି କଳାକାର ଶ୍ରେୟାଶ୍ରୀ ପଟ୍ଟନାୟକ ସ୍ୱାଗତ ନୃତ୍ୟ ପରିବେଷଣ କରିଥିଲେ।

ଏଥିରେ ଜିଲ୍ଲାର ୧୩ଟି ବ୍ଲକରୁ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରେ ‘ସୁରଭି’ ଅନ୍ତର୍ଗତ ବିତର୍କ, ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, କୁଇଜ୍, ସୃଜନଶୀଳ ଲିଖନ, ବକ୍ତୃତା, ସଙ୍ଗୀତ, ଓଡ଼ିଆ ହସ୍ତାକ୍ଷର ଓ ଶ୍ରୁତଲିଖନ, ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ, ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଚିତ୍ରକଳା ଓ ଶିଳ୍ପକଳା ଏବଂ ‘ଓଡ଼ିଶା ମିଲେଟ୍ସ ପ୍ରତିଯୋଗିତା’ ଅନ୍ତର୍ଗତ କୁଇଜ୍, ପ୍ରବନ୍ଧ ଓ ବକ୍ତୃତା ଆଦି ପ୍ରତିଯୋଗିତା ଅନୁଷ୍ଠିତ ହେଉଛି। ଜିଲ୍ଲା ସ୍ତରରେ ପ୍ରଥମ ହୋଇଥିବା ଛାତ୍ରଛାତ୍ରୀମାନେ ରାଜ୍ୟ ସ୍ତରୀୟ ‘ସୁରଭି’ ଏବଂ ଓଡ଼ିଶା ମିଲେଟ୍ସ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ ବୋଲି ସୂଚନା ମିଳିଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.