ଲାଞ୍ଜିଗଡ଼ର ନୂତନ ବିଡ଼ିଓଙ୍କୁ ସାକ୍ଷାତ କରି ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କଲେ ଜିଲ୍ଲାପରିଷଦ ସଦସ୍ୟା ଅଞ୍ଜଳୀ ମାଝୀ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବ୍ଲକରେ ନୂତନ ଭାବେ ଯୋଗ ଦେଇଥିବା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଶାଙ୍କ ପାତ୍ରଙ୍କୁ ସାକ୍ଷାତ କରି ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି ଜୋନ୍ ୧- ଜିଲ୍ଲାପରିଷଦ ସଦସ୍ୟା ଅଞ୍ଜଳୀ ମାଝୀ। ଆଜି ଜୋନ୍ ୧- ଜିଲ୍ଲାପରିଷଦ ସଦସ୍ୟା ଅଞ୍ଜଳୀ ମାଝୀ ବିଡ଼ିଓଙ୍କ କାର୍ଯ୍ୟାଳୟକୁ ଯାଇ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ବାଗତ କରିଥିଲେ ଓ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ଏଥିରେ ଜିଲ୍ଲାପରିଷଦ ସଦସ୍ୟାଙ୍କ ସହ ବିଧାୟକ ପ୍ରତିନିଧି ପ୍ରଦୀପ ଘଡ଼େଇ ଏବଂ ଜୋନ୍ ସଭାପତି ଚନ୍ଦ୍ରଶେଖର ମହାପାତ୍ର ଉପସ୍ଥିତ ଥିଲେ । ଲାଞ୍ଜିଗଡ଼ ବ୍ଲକର ଉନ୍ନୟନ ମୂଳକ କାର୍ଯ୍ୟ ଓ ଅଞ୍ଚଳର ବିକାଶ ଉପରେ ବିଶେଷ ଆଲୋଚନା କରିଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.