ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ଶିବିର ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ମୁଖ୍ୟାଳୟ ବିଶ୍ଵନାଥପୁର ହାଇସ୍କୁଲ ଖେଳ ପଡିଆ ଠାରେ ଓଡ଼ିଶା କୋଠାବାଡ଼ି ଏବଂ ଅନ୍ୟାନ୍ୟ ନିର୍ମାଣ କଲ୍ୟାଣ ବୋର୍ଡ ଓ କର୍ମଚାରୀ ରାଜ୍ୟ ବୀମା ନିଗମ ତଥା କଳାହାଣ୍ଡି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗର ମିଳିତ ଆନୁକୂଲ୍ୟରେ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ଶିବିର ଅନୁଷ୍ଠିତ ବୁଧବାର ଅନୁଷ୍ଠିତ ହେଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ ବିଧାୟକ ପ୍ରଦୀପ ଦିଶାରି ଯୋଗ ବେଳେ ବିଶେଷ ଅତିଥି ଭାବେ କଳାହାଣ୍ଡି ସ୍ବତନ୍ତ୍ର ଉନ୍ନୟନ ପରିଷଦ ତଥା ଲାଞ୍ଜିଗଡର ପୂର୍ବତନ ବିଧାୟକ ଶିବାଜୀ ମାଝୀ ଏବଂ ସମ୍ମାନିତ ଅତିଥି ଭାବେ ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ଲାଞ୍ଜିଗଡ ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାଏକ, ଲାଞ୍ଜିଗଡ ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଶାଙ୍କ ପାତ୍ର,ଲାଞ୍ଜିଗଡ଼ ଜୋନ-୨ ଜିଲ୍ଲା ପରିଷଦ ସଦସ୍ୟ ପରୀକ୍ଷିତ ନାଏକ, କଳାହାଣ୍ଡି ଜିଲ୍ଲା ସମ୍ମନ୍ୟୟ କମିଟି ସଭାପତି ଶିଶିର ପଟ୍ଟନାୟକ ପ୍ରମୁଖ ଯୋଗ ଦେଇଥିଲେ। ଜିଲ୍ଲା ଶ୍ରମ ଅଧିକାରୀ ସୁବାସ ଚନ୍ଦ୍ର ମଣ୍ଡଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଶ୍ବରଞ୍ଜନ ସାହା ସଭା ପରିଚାଳନା କରିଥିବାବେଳେ ଅତିରିକ୍ତ ଶ୍ରମ ଅଧିକାରୀ ଜିତମ ମାଝୀ, ଜିଲ୍ଲା ଶ୍ରମ କାର୍ଯ୍ୟାଳୟର ଆଦିତ୍ୟ କୁମାର ସିଂହ, ପ୍ରମୋଦ ବେନିଆ, ସନ୍ୟାସୀ ପ୍ରଧାନ, ଅମରିବିକାଶ ନାଏକ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ମଣ୍ଡଳ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ବିଷୟରେ ଶ୍ରମିକ ମାନଙ୍କୁ ବିସ୍ତାର ଭାବେ ବୁଝାଇଥିଲେ କେମିତି ଏହି ଯୋଜନା ଲାଭ ଉଠାଇପାରିବେ। ଯୋଜନା ଗୁଡିକ ହେଲା ମୃତ୍ୟୁ କାଳୀନ ସହାୟତା ରାଶି ୨ ଲକ୍ଷ ଟଙ୍କା , ଦୁର୍ଘଟଣା କିମ୍ବା କର୍ମକ୍ଷେତ୍ର ଦୁର୍ଘଟଣା ଜନିତ ମୃତ୍ୟୁ ସହାୟତା ରାଶି ୪ ଲକ୍ଷ ଟଙ୍କା, ଶିକ୍ଷା ସହାୟତା ପାଇଁ ୪୦ ହଜାର ଟଙ୍କା, ପ୍ରସବକାଳୀନ ସହାୟତା ରାଶି ୨୦ ହଜାର ଟଙ୍କା ମିଳିଥାଏ ବୋଲି ଜିଲ୍ଲା ଶ୍ରମ ଅଧିକାରୀ ଜଣାଇଥିଲେ। ଏହି ଅବସରରେ ଲାଞ୍ଜିଗଡ଼ ବ୍ଲକର ୧୦୪୪ ଜଣ ନିର୍ମାଣ ଶ୍ରମିକଙ୍କୁ ୫ କୋଟି ୧୩ ଲକ୍ଷ ୬୯ ହଜାର ୨୦୦ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଥିଲା। ସେଥିମଧ୍ୟରୁ ୩୧୯ ଜଣଙ୍କୁ ପାଠପଢା ସହାୟତା, ୪୩୮ଜଣଙ୍କୁ ବିବାହ ସହାୟତା, ୨୩ ଜଣଙ୍କୁ ପ୍ରସବକାଳୀନ ସହାୟତା, ୧୧୩ ଜଣଙ୍କୁ ଅନ୍ତ୍ୟେଷ୍ଟିକ୍ରିୟା ସହାୟତା, ୧୫୧ ହିତାଧିକାରୀଙ୍କୁ ମୃତ୍ୟୁକାଳୀନ ସହାୟତା ପ୍ରଦାନ କରାଯାଇଥିଲା। ସେହିପରି ୧୮୦ ଜଣ ନିର୍ମାଣ ଶ୍ରମିକଙ୍କୁ ପରିଚୟ ପତ୍ର ପ୍ରଦାନ କରାଯାଇଥିଲା।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.