ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ଓଡ଼ିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩୮ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୧ ଗୋଟି, ସାମୁହିକ ଦରଖାସ୍ତ ୭ ଗୋଟି ରହିଥିବା ସୂଚନା ପ୍ରଦାନ କରାଯାଇଛି l ତନ୍ମଧ୍ୟରୁ ୧୪ ଗୋଟି ଅଭିଯୋଗ ର ତୁରନ୍ତ ସମାଧାନ ହୋଇଥିବା ବେଳେ ଅନ୍ୟ ସମସ୍ତ ଅଭିଯୋଗ ଦରଖାସ୍ତ କୁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀ ଙ୍କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିନିକା, ଶ୍ରୀ ପ୍ରମୋଦ ଚନ୍ଦ୍ର ମେହେର ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ସନତ କୁମାର ନାୟକ, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ରମେଶ ଚନ୍ଦ୍ର ସ୍ୱାଇଁ, ଅବକାରୀ ଅଧିକ୍ଷକ ସୁମତି ତ୍ରିପାଠୀ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡି ଏଲ ଅଶୋକ କୁମାର ମିଶ୍ର , ନିର୍ବାହୀ ଯନ୍ତ୍ରୀ ପିଏଚଡି ଇଂ ଏ କେ ମୂର୍ତ୍ତି, ନିର୍ବାହୀ ଅଧିକାରୀ ବିଜ୍ଞାପିତ ଅଞ୍ଚଳ ପରିଷଦ ବିନିକା ସତ୍ୟ ନାରାୟଣ ପ୍ରଧାନ, ଆଇ ଆଇ ସି ବିନିକା ସାରଙ୍ଗଧର ପାଣିଗ୍ରାହୀ ସମେତ ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.