ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟ ପ୍ରତି ଆଗ୍ରହ ସୃଷ୍ଟି କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ
ଓଡ଼ିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲା ସମଗ୍ର ଶିକ୍ଷା ଆନୁକୁଲ୍ୟରେ ଶିକ୍ଷା ସଚେତନତା ରଥ କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଶୁଭାରମ୍ଭ ହୋଇଯାଇଛି। ଉକ୍ତ ସଚେତନତା ରଥ ସମୁହକୁ ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାଏ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି। ଜିଲ୍ଲାର ୬ଟି ବ୍ଲକକୁ ୬ ଗୋଟି ରଥ ଦୀର୍ଘ ପାଞ୍ଚ ଦିନ ଧରି ପରିକ୍ରମା କରିବାର କାର୍ଯ୍ୟକ୍ରମ ରହିଛି। ଏହି ସଚେତନତା ରଥ ମାଧ୍ୟମରେ ପିଲାଙ୍କୁ ସ୍କୁଲ ପ୍ରତି ଆକର୍ଷିତ କରିବା ସଙ୍ଗେସଙ୍ଗେ ସ୍କୁଲ ଛାଡିଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟ ପ୍ରତି ଆଗ୍ରହ ସୃଷ୍ଟି କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ। କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରକଳ୍ପ ସଂଯୋଜକ ତଥା ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ, ପ୍ରକଳ୍ପ କାର୍ଯ୍ୟାଳୟର ସମସ୍ତ କର୍ମକର୍ତା, ସରକାରୀ ବାଳିକା ବିଦ୍ୟାଳୟ, ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ ତଥା ସି ଆର ସି ସି ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ।