କଳାହାଣ୍ଡି ଜିଲ୍ଲା ସାମ୍ବାଦିକ ୟୁନିୟନ ପକ୍ଷରୁ ଜାତୀୟ ପ୍ରେସ୍ ଦିବସ ପାଳନ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି/ କୋକସରା (ଲିଙ୍ଗରାଜ ମିଶ୍ର/ ହିରଣ୍ୟ ବେହେରା): ଓଡିଶା ସାମ୍ବାଦିକ ୟୁନିୟନ ସହବନ୍ଧିତ କଳାହାଣ୍ଡି ଜିଲ୍ଲା ସାମ୍ବାଦିକ ୟୁନିୟନ (ଓୟୁଜେ) ପକ୍ଷରୁ କୋକସରା ବ୍ଲକ କୁସୁମଖୁଣ୍ଟି ଡାକ ବଙ୍ଗଳା ଠାରେ ଜାତୀୟ ପ୍ରେସ୍ ଦିବସ ପାଳିତ ହୋଇଯାଇଛି। କଳାହାଣ୍ଡି ଜିଲ୍ଲା ସାମ୍ବାଦିକ ୟୁନିୟନ ସଭାପତି କମ୍ବୁପାଣି ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ ସମାରୋହରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ, ମୁଖ୍ୟ ବକ୍ତା ଭାବେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋଜ କୁମାର ବେହେରା, ସମ୍ମାନିତ ଅତିଥି ଭାବେ କୋକସରା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଜନାର୍ଦ୍ଦନ ପଣ୍ଡା, କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ, ଓମଫେଡ ଓଡ଼ଶା ଅଧ୍ୟକ୍ଷ କିଶୋର ପ୍ରଧାନୀ, ଧର୍ମଗଡ଼ ବିଧାୟକଙ୍କ ପ୍ରତିନିଧି ମାନସ ରଞ୍ଜନ ବାଗ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଇଙ୍ଗିତ ପଣ୍ଡା, ଜିଲ୍ଲା କାର୍ଯ୍ୟକାରୀ ସଭାପତି ବିରଞ୍ଚି ନାରାୟଣ ଜାଲ, ଜିଲ୍ଲା ସାଧାରଣ ସମ୍ପାଦକ ସନ୍ତୋଷ କୁମାର ସିଂଦେଓ, ସଂଗଠନ ସମ୍ପାଦକ ଅଂଶୁମାନ ପାତ୍ର ପ୍ରମୁଖ ମଞ୍ଚାସୀନ ରହି ଜାତୀୟ ପ୍ରେସ ଦିବସ ଉପରେ ଆଲୋକପାତ କରିଥିଲେ। ସଂଗଠନ ସମ୍ପାଦକ ଅଂଶୁମାନ ପାତ୍ର ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିବାବେଳେ କଳାହାଣ୍ଡି ଜିଲ୍ଲା ସାମ୍ବାଦିକ ୟୁନିୟନର ସାଧାରଣ ସମ୍ପାଦକ ସନ୍ତୋଷ କୁମାର ସିଂଦେଓ ବାର୍ଷିକ ବିବରଣୀ ପଠନ କରିଥିଲେ। ଏହି ଅବସରରେ ମହମ୍ମଦ ଅସଲମ ସ୍ମୃତି ସମ୍ମାନରେ ସାମ୍ବାଦିକ ଯଯାତି ଦେଓଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହାସହ ବରିଷ୍ଠ ସାମ୍ବାଦିକ ସନ୍ତୋଷ ସିଂହଦେଓ, ଶିବାନନ୍ଦ ନାଏକ, ଭୋଲାନାଥ ପଟେଲ, ତ୍ରଲୋକ୍ୟ ବେଶ୍ରା, ରାଜନେତା ରାଜିବ ଅଗ୍ରୱାଲ, କିଶୋର ପ୍ରଧାନୀ ପ୍ରମୁଖଙ୍କୁ ସମ୍ମାନିତ କରାଯାଇଥିଲା। ଏହି ସମାରୋହରେ ଜିଲ୍ଲାର ୧୩ଟି ଯାକ ବ୍ଲକ ୟୁନିଟର ସାମ୍ବାଦିକଙ୍କ ସମେତ ସ୍ଥାନୀୟ ଅଞ୍ଚଳର ଅନେକ ଜନପ୍ରତିନିଧି ଏବଂ ବିଶିଷ୍ଟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ। ଜିଲ୍ଲା ସାମ୍ବାଦିକ ୟୁନିୟନର ଉପସଭାପତି ଲିଙ୍ଗରାଜ ମିଶ୍ର ମଞ୍ଚ ପରିଚାଳନା କରିଥିବାବେଳେ ଶରତ ଚନ୍ଦ୍ର ରାଉତ ଧନ୍ୟବାଦ ଅର୍ପଣ କରିଥିଲେ। ଆୟୋଜକ କୋକସରା ସାମ୍ବାଦିକ ୟୁନିୟନର ସଦସ୍ୟମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.