ଜଳିଗଲା ଚା ଦୋକାନ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳି ପୋଡ଼ି ପାଉଁଶ

ଓଡ଼ିଆ ବାର୍ତ୍ତା/ କନ୍ଧମାଳ (ସଞ୍ଜୟ କୁମାର ପାଣିଗ୍ରାହୀ): ଜଳିଗଲା ଚା ଦୋକାନ। ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳି ପୋଡ଼ି ପାଉଁଶ ହୋଇଗଲା। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସହର ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥ ନିକଟସ୍ଥ ବୁଡାଗୁଡ଼ା ଯିବା ରାସ୍ତା ଛକ ନିକଟରେ। ଘଟଣା ପ୍ରକାରେ ଗୁରୁବାର ରାତ୍ର ୧୦ଟା ପରେ ଚା’ ଦୋକାନୀ ଦୋକାନ ବନ୍ଦ କରି ଘରକୁ ଚାଲି ଯାଇଥିଲେ। ପାଖାପାଖି ରାତି ୧୧ଟା ସମୟରେ ଦୋକାନ ଭିତରୁ ଧୁଆଁ ବାହାରୁଥିବା ଥିବା ଦେଖି ଆଖପାଖ ଦୋକାନୀ ଏକାଠି ହୋଇ ଦୋକାନରେ ନିଆଁ ଲାଗିଥିଲା ଜାଣି ନିଆଁ ଲିଭାଇବାକୁ ଉଦ୍ୟମ କରିବା ସହ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବରପାଇ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ଦୋକାନର ସମସ୍ତ ସାମଗ୍ରୀ ଓ ଆସବାବପତ୍ର ଜଳି ପୋଡ଼ି ପାଉଁଶ ହୋଇଯାଇଥିଲା। ଦୋକାନରେ ଥିବା ଏକ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ସାମଗ୍ରୀ ଜଳି ପାଉଁଶ ହୋଇଯାଇଥିବା କୁହାଯାଉଛି। ତେବେ ଏହି ଅଗ୍ନିକାଣ୍ଡର ପ୍ରକୃତ କାରଣ ଏଯାବତ୍ ସ୍ପଷ୍ଟ ଭାବରେ ଜଣାପଡିନାହିଁ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.