ବୀରମହାରାଜପୁରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ଓଡ଼ିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀଯୁକ୍ତ ବିମଳେନ୍ଦୁ ରାୟ ଙ୍କ ଅଧ୍ୟକ୍ଷତାରେ ବ୍ଲକ୍ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଶ୍ରୀଯୁକ୍ତ ଵିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ସମ୍ବନ୍ଧୀୟ ୯୧ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୭୪ ଗୋଟି ଓ ସାମୁହିକ ଦରଖାସ୍ତ ୧୭ ଗୋଟି ଗ୍ରହଣ କରାଯାଇଛି l ତନ୍ମଧ୍ୟରୁ 0୫ ଟି ଅଭିଯୋଗ ର ତତ୍କାଳୀନ ସମାଧନ ହୋଇଥିବାବେଳେ ଗ୍ରହଣ କରାଯାଇଥିବା ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି l ଗୋଷ୍ଠୀ ଉନ୍ନୟନ ଅଧିକାରୀ ବୀରମହାରାଜପୁର ଶ୍ରୀ ରଘୁନାଥ ପାଣିଗ୍ରାହୀ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ସି ଡି ଓ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଅଶ୍ୱିନୀ କୁମାର ମେହେର, ଉପ ଜିଲ୍ଲାପାଳ ବୀରମହାରାଜପୁର ଲଲାଟେନ୍ଦୁ ସି, ଜିଲ୍ଲା ଅତିରିକ୍ତ ସ୍ୱାସ୍ଥ୍ୟ ଅଧିକାରୀ ଡ଼ ରମେଶ ଚନ୍ଦ୍ର ସ୍ୱାଇଁ , ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ, ଅବକାରୀ ଅଧିକ୍ଷକ ସୁମତି ତ୍ରିପାଠୀ,ଡିଇଓ ଲକ୍ଷ୍ମଣ ଭୋଇ,ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜିଲ୍ଲା ସାମାଜିକ ମଙ୍ଗଳ ଅଧିକାରୀ ଅକ୍ଷୟ ନାୟକ ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ଵର ଖାକା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ , ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡିଏଲ ଅଶୋକ ମିଶ୍ର, ନିର୍ବାହୀ ଯନ୍ତ୍ରୀ ଏଲ ଆଇ ଇଂ ପ୍ରଫୁଲ୍ଲ କୁମାର ବେହେରା , ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ ଙ୍କ ସମେତ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ଲୁହା, ତହସିଲଦାର ଅମୃତଲାଲ ବେହେରା, ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ଓ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଶିବିରରେ ଯୋଗଦାନ କରିଥିଲେ l

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.