ବ୍ଲକସ୍ତରୀୟ ବାଲ ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ସୁଶାନ୍ତ କୁମାର ଦଳେଇ): ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଛଳା ଉଚ୍ଚ ବିଦ୍ୟାଳୟଠାରେ ବ୍ଲକସ୍ତରୀୟ ବାଳ ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ ମୁଖ୍ୟ ଅତିଥି, କଳାହାଣ୍ଡି ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ଟେମଲାଲ ଦୁବେ ସମ୍ମାନିତ ଅତିଥି , ଗୋଲାମୁଣ୍ଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ଭବାନୀଶଙ୍କର ଯୋଶୀ, ବିଧାୟକ ପ୍ରତିନିଧି ଦିନେଶ ବଗର୍ତ୍ତି, ସିଆରସିସି ଅଜିତ କୁମାର ପ୍ରଧାନ, ସିଆରସିସି ଅମିତ ଜାଲ, ସିଆରସିସି ସୁଧୀର ଖମାରୀ, ସ୍ଥାନୀୟ ସରପଞ୍ଚ ପୂର୍ଣ୍ଣିମା ଶବର ଓ ଜିଲ୍ଲା ପରିଷଦ ସଭ୍ୟ ଜୟସେନ ସାହୁ ଅତିଥି ଭାବେ ଯୋଗଦାନ କରିଥିଲେ । ପ୍ରଧାନ ଶିକ୍ଷକ ବିଭୂତି ଭୂଷଣ ବିଶ୍ଵାଳଙ୍କ ଆବାହକତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଗୋଲାମୁଣ୍ଡା ବ୍ଲକର ବିଜ୍ଞାନ ନିରୀକ୍ଷକ ନିରଞ୍ଜନ ନାୟକଙ୍କ ତତ୍ତ୍ଵାବଧାନରେ ମୋଟ ୩୨ଟି ପ୍ରକଳ୍ପ ମଧ୍ୟରୁ ସର୍ବଶ୍ରେଷ୍ଠ ୫ଟି ପ୍ରକଳ୍ପକୁ ଜିଲ୍ଲା ସ୍ତରରେ ଭାଗ ନେବା ପାଇଁ ମନୋନୀତ କରାଯାଇଥିବାବେଳେ ସମସ୍ତ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ପୁରସ୍କାର ବିତରଣ ଉତ୍ସବରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଉପସ୍ଥିତ ଥିଲା ବେଳେ ପୂର୍ବତନ ଶିକ୍ଷକ କୃଷ୍ଣଚନ୍ଦ୍ର ବିଶ୍ବାଳ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଉଛଲା କ୍ଲଷ୍ଟର୍ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମକୁ ଶିକ୍ଷକ ସ୍ଵରାଜ ବାଗ ଓ ନୀଳମଣି ବେମାଲ ପରିଚାଳନା କରିଥିଲେ। ଏହି କାର୍ଯ୍ଯକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.