ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲେ ଭିକେ ପାଣ୍ଡିଆନ

ଓଡ଼ିଆ ବାର୍ତ୍ତା /ଭୁବନେଶ୍ୱର (ନିଲେଶ କୁମାର ନାଗ): ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଥିବା ଶ୍ରୀ ପାଣ୍ଡିଆନ୍ ଆଇଏଏସ୍ ଚାକିରିରୁ ସ୍ବେଚ୍ଛାକୃତ ଅବସର ନେବା ପରେ ତାଙ୍କୁ ‘ନବୀନ ଓଡ଼ିଶା’ ଓ ୫ଟି ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଥିଲେ ମୁଖ୍ୟମନ୍ତ୍ରୀ। ଗତ ଏକ ସପ୍ତାହ ଧରି ରାଜନୈତିକ ମହଲରେ ଚର୍ଚ୍ଚା ହେଉଥିଲା କି ଭି.କେ.ପାଣ୍ଡିଆନ୍ କାର୍ତ୍ତିକ ପୂର୍ଣ୍ଣମୀ ଦିନ ବିଜୁ ଜନତା ଦଳରେ ଯୋଗଦେବେ। ସୂଚନା ଅନୁସାରେ ଆଜି ପୂର୍ବାହ୍ଣ ୧୦.୧୫ ମିନିଟରେ ସେ ନବୀନ ନିବାସରେ ଦଳର କିଛି ବରିଷ୍ଠ ନେତାଙ୍କ ଉପସ୍ଥିତି‌ରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଦଛୁଇଁ, ତାଙ୍କର ଆଶୀର୍ବାଦ ନେଇ ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି। ପୁରୀ ସାଂସଦ ତଥା ବିଜେଡିର ବରିଷ୍ଠ ନେତା ପିନାକୀ ମିଶ୍ର ଗଣମାଧ୍ୟମକୁ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଉପସ୍ଥିତ ବିଜେଡି ନେତାଙ୍କୁ କହିଥିଲେ ଯେ ଶ୍ରୀ ପାଣ୍ଡିଆନ୍‌ଙ୍କର ପ୍ରଶାସନିକ କ୍ଷେତ୍ରରେ ଯେଉଁ ଅଭିଜ୍ଞତା ରହିଛି ତାହା ସେ ଦଳ ପାଇଁ ଏବଂ ରାଜ୍ୟର ବିକାଶ ଲାଗି ଉପଯୋଗ କରିବେ। ଶ୍ରୀ ପାଣ୍ଡିଆନ୍‌ ବିଜେଡି ଲାଗି ଏକ ଆସେଟ୍ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିବା ସେ ପ୍ରକାଶ କରିଛନ୍ତି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.