ଓଡ଼ିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀଯୁକ୍ତ ଵିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୬୦ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୨ ଗୋଟି, ସାମୁହିକ ଦରଖାସ୍ତ ୮ ଗୋଟି ଓ ସି ଏମ ଆର ଏଫ ଆର୍ଥିକ ସହାୟତା ନିମନ୍ତେ ୨ ଗୋଟି ଦରଖାସ୍ତ ଗ୍ରହଣ କରାଯାଇଥିବା ବେଳେ ସମସ୍ତ ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l ଡୁଙ୍ଗୁରିପାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ରୋହିତ ଭୋଇ ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ସୁବର୍ଣ୍ଣପୁର ଶ୍ରୀ ଅଶ୍ୱିନୀ ମେହେର, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡ଼ ଦୈତ୍ୟ ନାରାୟଣ ପାଢ଼ୀ, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଶ୍ରମ ଉପ ନିର୍ଦେଶକ ଡିଲେଶ୍ୱର ଖାକା, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଜିଲ୍ଲା ମତ୍ସ୍ୟ ଅଧିକାରୀ ପ୍ରସନ୍ନ ପଟ୍ଟନାୟକ, ଟି ପି ଡବ୍ଲୁ ଓ ଡି ଏଲ ନିର୍ବାହୀ ଯନ୍ତ୍ରୀ ଅଶୋକ କୁମାର ମିଶ୍ର ସମେତ ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର ରାମପୁର ,ବ୍ଲକ ସ୍ତରୀୟ କର୍ମଚାରୀ, ବିଭିନ୍ନ ଲାଇନ ବିଭାଗର ଅଧିକାରୀ ପ୍ରମୁଖ ଯୋଗଦାନ କରିଥିଲେ l