ବ୍ଲକସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଭବାନୀପାଟଣା ସ୍ଥିତ ଅନ୍ତର୍ନିବେଶୀ ଶିକ୍ଷା ସାଧନ କେନ୍ଦ୍ରଠାରେ ବ୍ଳକସ୍ତରୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଏକ ରାଲି ବାହାରି ସହର ପରିକ୍ରମା କରିଥିଲା। ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରକାର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟସ୍ରୋତରେ ସାମିଲ କରି ସେମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ସମ୍ପର୍କରେ ସଚେତନତା ସୃଷ୍ଟି କରିଥିଲା। ଏଥିରେ ଅତିଥି ଭାବେ ସାଇଟସେଭର ଜିଲ୍ଲା ସଂଯୋଜିକା, ଏବିଇଓ ହୃଷୀକେଶ ନାଏକ, ଜଗଦୀଶ ମୁଣ୍ଡ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ ଓ ଉତ୍ସାହିତ କରିଥିଲେ। ବିଆରଟି ରଞ୍ଜନ ମେହେର କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ସିଆରସିସି ପ୍ରଫୁଲ୍ଲ ଠାକୁର, ବିଶ୍ୱଜିତ ରାଏ, ସ୍ବେଚ୍ଛାସେବୀ ନବୀନ ଭୋଇ, ନରେଶ ନାଗ, ଶରତ ଛତ୍ରିଆ ପ୍ରମୁଖ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.