ଦୁଇ ବାଇକ ମୁହାଁମୁହିଁ ଧକ୍କା; ୨ ଗୁରୁତର

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): କୋକସରା ଥାନା ଲଡୁଗାଁ ପଞ୍ଚାୟତ ସୁପାଡ଼ ନିକଟରେ ମଙ୍ଗଳବାର ୨ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ଦୁର୍ଘଟଣା ଘଟିଛି। ଏଥିରେ ୨ଯୁବକ ଗୁରୁତର ହୋଇଛନ୍ତି। ସେମାନେ ହେଲେ ସୁପାଡ ଗ୍ରାମର ଦେବରାଜ ମାଝୀ(୨୫) ଓ ତୋଫାନ ମାଝୀ(୨୩) ବୋଲି ଜଣାପଡ଼ିଛି। ଉଭୟ ଏକ ବାଇକ୍ ଯୋଗେ ନିଜ ଗାଁରୁ ବରଡ଼ଙ୍ଗା ଯାଉଥିବା ସମୟରେ ବାଟରେ ଅନ୍ୟ ଏକ ବାଇକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଲରେ ଛିଟିକି ପଡି ସେମାନେ ରାସ୍ତାରେ ଆହତ ହୋଇ ପଡ଼ିଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ପରିବାର ଲୋକଙ୍କୁ ଖବର ଦେବାପରେ ସେମାନଙ୍କୁ ଆମ୍ବୁଲାନ୍ସ ଯୋଗେ କୋକସରା ଡ଼ାକ୍ତରଖାନାରେ ଭର୍ତ୍ତି କରାଇଥିଲେ। ପ୍ରାଥମିକ ଚିକିତ୍ସା ପରେ ସେମାନେ ଗୁରୁତର ଥିବାରୁ ଡାକ୍ତର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଭବାନୀପାଟଣାକୁ ସ୍ଥାନାନ୍ତର କରିଥିବା ଜଣାପଡିଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.