ଜୟ ପ୍ରକାଶ ସାନ୍ଧ୍ୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ: ଛାତ୍ରଛାତ୍ରୀଙ୍କୁ ଯୋଗ ଶିକ୍ଷା ପ୍ରଦାନ କଲେ ଅଧ୍ୟକ୍ଷ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ଭବାନୀପାଟଣା ସ୍ଥିତ ଜୟ ପ୍ରକାଶ ସାନ୍ଧ୍ୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚାଲିଥିବା ନୂଆ ଓ “ଯୁବ ଓଡିଶା ନବୀନ ଓଡିଶା” କାର୍ଯ୍ୟକ୍ରମର ଦ୍ୱିତୀୟ ଦିବସରେ ଛାତ୍ରଛାତ୍ରୀଙ୍କୁ ଯୋଗ ଗୁରୁ ଭାବରେ ଯୋଗ ଶିକ୍ଷା ପ୍ରଦାନ କରିଥିଲେ ବିଦ୍ୟାଳୟର ଅଧ୍ୟକ୍ଷ ଭୂବନ ମୋହନ ଠାକୁର। ଏଥିରେ ବିଦ୍ୟାଳୟର ଅଧ୍ୟାପକ ଓ କର୍ମଚାରୀ ପ୍ରଦୀପ, ରଥବାବୁ, ପ୍ରଦ୍ୟୁମ୍ନ ଦୁର୍ଗା ବେହେରା, ଗୁଣ, ଜଳ, କରୁଣା, ହିମାଂଶୁ, ଭାଟିବାବୁ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଆସନ୍ତା ୧୮/୧୨ ଯାଏଁ ପର୍ଯ୍ୟାୟ କ୍ରମେ ଚାଲିବ ସମସ୍ତ କାର୍ଯ୍ୟକ୍ରମ। ବିଭିନ୍ନ ବିଭାଗ ମଧ୍ୟରେ ଖେଳ ବିଭାଗ ଳରେ ଫୁଟବଲ, ଭଲିବଲ୍, ଦୌଡ଼, ବେଡମିନ୍ତନ୍, ଲମ୍ବା ଡ଼ିଆଁ, ଉଚ୍ଚ ଡିଆଁ ପ୍ରଭୃତି ରହିଥିବା ବେଳେ ସାସ୍କୃତିକ କାର୍ଯ୍ୟକମ ଗୁଡିକ ମଧ୍ୟରେ ନାଚ, ଗୀତ, ଡ୍ରାମା, ବକ୍ତୃତା, ପ୍ରବନ୍ଧ ପ୍ରତିଯୋଗୀତା ଅନୁଷ୍ଠିତ ହେବ। ସାମାଜିକ କାର୍ଯ୍ୟକ୍ରଗୁଡ଼ିକ ମଧ୍ୟରେ ସ୍ବଚ୍ଛତା, ରାସ୍ତା ସଫେଇ, ଶିକ୍ଷା ସଚେତନତା, ସ୍ବାସ୍ଥ୍ୟ ସଚେତନତା, ନିଶା ନିବାରଣ ପ୍ରଭୃତି କାର୍ଯ୍ୟକ୍ରଗୁଡ଼ିକ ପର୍ଯ୍ୟାୟ କ୍ରମେ ଅନୁଷ୍ଠିତ ହେବ। ଆମ ବିଦ୍ୟାଳୟର ଛାତ୍ରଛାତ୍ରୀ ବହୁତ ଆଗ୍ରହ ଓ ଅନେକ ଉତ୍ସାହ ର ସହ ସମସ୍ତ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରୁଛନ୍ତି ଓ ବିଦ୍ୟାଳୟର ସମସ୍ତ କର୍ମଚାରୀଙ୍କ ଉତ୍ତମ ସହଯୋଗ ରହୁଛି ବୋଲି ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ଠାକୁର ମାତବ୍ୟକ୍ତ କରିଛନ୍ତି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.