କର୍ଲାମୁଣ୍ଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟର ସେମି ଫାଇନାଲ ମ୍ୟାଚ: ଯୋଗଦେଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ବିଶେଷଜ୍ଞ ସଦସ୍ୟ ଅବିନାଶ ଠାକୁର

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): କର୍ଲାମୁଣ୍ଡା ଫୁଟବଲ ଟିମ୍ ତରଫରୁ ଆୟୋଜିତ ‘କର୍ଲାମୁଣ୍ଡା କପ୍’ ଫୁଟବଲ ଟୁର୍ଣ୍ଣାମେଣ୍ଟର ସେମି ଫାଇନାଲ ମ୍ୟାଚରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ବିଶେଷଜ୍ଞ ସଦସ୍ୟ ଅବିନାଶ ଠାକୁର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ । ପାଟଣାଗଡ଼ ଓ ତୁଲାପଡା ମଧ୍ୟରେ ହୋଇଥିବା ଏହି ରୋମାଞ୍ଚକର ମ୍ୟାଚରେ ତୁଲାପଡା ଟିମ୍ ୧-୦ ଗୋଲରେ ବିଜୟୀ ହୋଇ ଫାଇନାଲକୁ ପ୍ରବେଶ କରିଥିଲେ । ଏହି ସେମି ଫାଇନାଲ ମ୍ୟାଚରେ ସମ୍ମାନୀତ ଅତିଥି ଭାବରେ କର୍ଲାମୁଣ୍ଡା ବ୍ଳକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଚରିତା ମୁଗ୍ରୀ, କର୍ଲାମୁଣ୍ଡା ବ୍ଳକ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ, ଜିଲ୍ଲା ପରିଷଦ ସଦସ୍ୟ ମହେନ୍ଦ୍ର ରଣା, ଫୁଟବଲ ଟୁର୍ଣ୍ଣାମେଣ୍ଟର ସଭାପତି ଡୋଲାମଣୀ ଭୋଇ, କର୍ଲାମୁଣ୍ଡା ସରପଞ୍ଚ ସଂଘ ସଭାପତି ବରୁଣ ଛତ୍ରିଆ ପ୍ରମୁଖ ଅତିଥି ଭାବରେ ଯୋଗଦେଇ ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.