ବାନେର : ଦୁର୍ଘଟଣାରେ ୨ମୃତ

କଳାହାଣ୍ଡି ୨୯/୧୧: କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ବାନେର ମଦଭାଟି ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ମିନି ଟ୍ରକ ସାଇକେଲକୁ ଧକ୍କା ଦେବା ପରେ ଓଲଟି ପଡିଥିଲା। ଫଳରେ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତକ ମାନେ ହେଲେ ସାଇକେଲ ଆରୋହୀ ବାନେର ଗାଁର ହରି ପୁଞ୍ଚି ଏବଂ ମିନିଟ୍ରକରେ ଥିବା ଜଣେ ନାବାଳକ ମହେଶ୍ବର ମାଝୀ। ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଛି । ଜୟପାଟଣା ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ କରୁଛି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.