ବିଶାଖାପାଟଣା-ରାୟଗଡା ପାସେଞ୍ଜର ଟ୍ରେନକୁ ଜୁନାଗଡ଼ ରୋଡ଼ ପର୍ଯ୍ୟନ୍ତ ସଂପ୍ରସାରଣ ଦାବି 

ଓଡ଼ିଆ ବାର୍ତ୍ତା/ ଜୁନାଗଡ଼ (ସ୍ବାସ୍ତିଦୀପ ଆଦିତ୍ୟ): ବିଶାଖାପାଟଣା-ରାୟଗଡା ପାସେଞ୍ଜର ଟ୍ରେନ 58504/58503 କୁ ଜୁନାଗଡ଼ ରୋଡ଼ ପର୍ଯ୍ୟନ୍ତ ସଂପ୍ରସାରଣ ଦାବି କରାଯାଇଛି। ଜୁନାଗଡ ଏନଏସି ଅଧ୍ୟକ୍ଷ ମୁକେଶ ଅଗ୍ରୱାଲଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଜୁନାଗଡ଼ ରୋଡ଼ ରେଳଷ୍ଟେସନକୁ ଆସି ଷ୍ଟେସନ ମାଷ୍ଟରଙ୍କ ଜରିଆରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଜେନେରାଲ ମ୍ୟାନେଜର ମନୋଜ ଶର୍ମାଙ୍କ ଉଦ୍ଦାଦେଶ୍ଯରେ ଏନେଇ ଏକ ଦାବି ପତ୍ର ପ୍ରଦାନ କରିଥିଲେ। ଏଠାରେ ପ୍ରକାଶଯୋଗ୍ୟ ଯେ, ବିଶାଖାପାଟଣା-ରାୟଗଡା ପାସେଞ୍ଜର ଟ୍ରେନ ବର୍ତ୍ତମାନ ଭବାନୀପାଟଣା ପର୍ଯ୍ୟନ୍ତ ସମ୍ପ୍ରସାରଣ ହୋଇଛି। ଏହି ଟ୍ରେନ ଜୁନାଗଡ଼ ରୋଡ଼ ପର୍ଯ୍ୟନ୍ତ ସଂପ୍ରସାରଣ ହେଲେ ଅଞ୍ଚଳବାସୀ ଉପକୃତ ହୋଇପାରିବେ ବୋଲି ଦାବି ପତ୍ରରେ ଉଲ୍ଲେଖ କରାଯାଇଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.