ଶିରିମସ୍କା ବିଦ୍ୟାଳୟରେ ଶିଶୁ ମେଳା

ଓଡ଼ିଆ ବାର୍ତ୍ତା/ ଥୁଆମୂଳ ରାମପୁର (ପ୍ରଦୀପ କୁମାର ପଣ୍ଡା): ଥୁଆମୂଳ ରାମପୁର ବ୍ଲକ ଶିରିମସ୍କା ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ଶିଶୁ ମେଳା ଅନୁଷ୍ଠିତ ହୋଇଯାଇଛି।ବ୍ଲକର ପୁର୍ବତନ ଗୋଷ୍ଠୀ ଶିକ୍ଷାଧିକାରୀ ଲୋକନାଥ ବେହେରା ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ସୁରେଶ ଚନ୍ଦ୍ର ବେହେରା, ସି.ଆର୍.ସି.ସି ତପନ କୁମାର ବେହେରା, ନୋଡାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃତୀବାସ ନାଏକ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଭରତ ନାୟକ, ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବୈରାଗୀ ଚରଣ ନାଏକ, ଓଷ୍ଟାର ସଭାପତି ଶିବଶଙ୍କର ରାୟ,ସମ୍ପାଦକ ନିରଞ୍ଜନ ଦାସ ପ୍ରମୁଖ ଯୋଗ ଦେଇଥିଲେ। ଆୟୋଜିତ ଶିଶୁ ମେଳା କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଗଳ୍ପ, ତର୍କ, ସଂଗୀତ ଏବଂ କବିତା ଇତ୍ୟାଦି କୁ ନେଗ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଏଥିରେ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଓଷ୍ଟାର ଉପସଭାପତି ହରି ନାରାୟଣ ବାଗ, ସୁରେଶ ଚନ୍ଦ୍ର ମାଝୀ, ଶିକ୍ଷକ ରାହୁଲ ମେହେର ପରିଚାଳନା କରିଥିବା ବେଳେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.