ମୁରସିଂ ୟୁପି ସ୍କୁଲର ବାର୍ଷିକ ଉତ୍ସବ ସମାରୋହ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ ଅନ୍ତର୍ଗତ ମୁରସିଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶରତ ଚନ୍ଦ୍ର ଭୋଇଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନର୍ଲା ବ୍ଲକ ଅଧ୍ୟକ୍ଷା ମନୋରମା ମହାନ୍ତି, ମୁଖ୍ୟ ବକ୍ତା ଭାବେ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ କଳାହାଣ୍ଡିର ଈଶ୍ୱର ଚନ୍ଦ୍ର ବେହେରା, ସମ୍ମାନିତ ଅତିଥି ଭାବେ ନର୍ଲା ଗୋଷ୍ଠୀ ଶିକ୍ଷା ଅଧିକାରୀ ତପିମଣି ଜାନି, ନର୍ଲା ବ୍ଲକ ଉପାଧ୍ୟକ୍ଷ ଦୁର୍ଗାପ୍ରସାଦ ମହାନ୍ତି, ନର୍ଲା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୋବର୍ଦ୍ଧନ ମାଝୀ ଓ ସୂର୍ଯ୍ୟମଣି ବାଗ, କର୍ମେ ଗାଁ ପଞ୍ଚାୟତ ସରପଞ୍ଚ ମନୋଜ ମହାନନ୍ଦ, ଶିକ୍ଷାବିତ୍ ସୁମିତ ଅଗ୍ରୱାଲ, ଭୀମକେଲା ସିଆରସିସି ବିଜୟ ସୁନା, ବିଦ୍ୟାଳୟ ପରିଚାଳନା ସମିତି ସଭାପତି ମଳୟ ପଧାନ ପ୍ରମୁଖ ମଞ୍ଚାସୀନ ଥିଲେ। ମଶାଲ ଯାତ୍ରାର ଅତିଥି ଭାବେ ଭିଷ୍ମରଥ ଭୋଇ ଓ ନାରୀନେତ୍ରୀ ପ୍ରମିଳା ପଧାନ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ମଞ୍ଚାସୀନ ଅତିଥିବୃନ୍ଦ ଶିକ୍ଷାର୍ଥୀମାନଙ୍କୁ ପ୍ରେରଣାଦାୟୀ ବକ୍ତବ୍ୟ ପ୍ରଦାନ କରିବାସହ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିଲେ। ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଶିକ୍ଷାବିତ୍ ଅନୀଲ ସାହୁ ମଞ୍ଚ ପରିଚାଳନା କରିଥିବାବେଳେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଏହି ବାର୍ଷିକ ଉତ୍ସବ ମହାସମାରୋହରେ ବିଦ୍ୟାଳୟ ପରିଚାଳନା ସମିତିର ସଭ୍ୟସଭ୍ୟା ଓ ଗ୍ରାମବାସୀମାନେ ଉପସ୍ଥିତ ରହିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.