ହସ୍ପିଟାଲ କ୍ୟାମ୍ପସରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଓଡ଼ିଆ ବାର୍ତ୍ତା/ ନୂଆପଡ଼ା  (ରାହୁଲ ବାଗ): ନୂଆପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କ୍ୟାମ୍ପସରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ କୋମନା ବ୍ଲକ ଲଖନା ଗାଁର କରନ ରାଉତ (୩୨)। ମୃତ ଦେହକୁ ପୋଲିସ ଜବତ କରି ତଦନ୍ତ ଆରମ୍ଭ କରିଛି। ପ୍ରକାଶ ଯେ ଗତ ଦୁଇ ଦିନ ତଳେ ଲଖନା ଗାଁର କରନଙ୍କ ଦେହ ଅସୁସ୍ଥ ହେବାରୁ ପରିବାର ଲୋକେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସୋମବାର ଡାକ୍ତରଖାନାରେ କରନଙ୍କ ପାଖରେ କେହି ନ ଥିଲେ। ମଙ୍ଗଳବାର ସକାଳୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ ପଡ଼ିଥିବା ଲୋକେ ଦେଖିବାକୁ ପାଇଥିଲେ ଏବଂ ନୂଆପଡା ପୋଲିସକୁ ଖବର ଦେଇଥିଲେ। ଆଜି ପୂର୍ବାହ୍ନରେ ନୂଆପଡା ଥାନା ଏସ.ଆଇ ଚରଣ ମାଝୀଙ୍କ ନେତୃତ୍ୱରେ ଏକ ପୋଲିସ ଟିମ ଘଟଣା ସ୍ଥଳରେ ପହଂଚି ମୃତଦେହକୁ ଜବତ କରିଥିଲେ। ମୃତଦେହ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ଶ୍ରୀ ମାଝୀ ସୂଚନା ପ୍ରଦାନ କରିଛନ୍ତି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.