ଛାତ୍ର ବିଜେଡ଼ି କାର୍ଯ୍ୟକାରୀ ସଭାପତିଙ୍କ ଇସ୍ତଫା

ଓଡ଼ିଆ ବାର୍ତ୍ତା/ ଜଗତସିଂହପୁର: ତିର୍ତ୍ତୋଲ ନିର୍ବାଚନମଣ୍ଡଳୀ ଛାତ୍ର ବିଜେଡ଼ି କାର୍ଯ୍ୟକାରୀ ସଭାପତି ରବିନାରାୟଣ କର ନିଜ ପଦବୀ ଓ ଦଳୀୟ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ନିଜର ବ୍ୟକ୍ତିଗତ କାରଣ ଦର୍ଶାଇ ସେ ତାଙ୍କ ଇସ୍ତଫା ପତ୍ର ରାଜ୍ୟ ଛାତ୍ର ବିଜେଡ଼ି ସଭାପତି ତଥା ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀଙ୍କୁ ଜିଲ୍ଲା ଛାତ୍ର ବିଜେଡ଼ି ସଭାପତି ଇ° ସମିତ କୁମାର ଲେଙ୍କାଙ୍କ ଜରିଆରେ ଗତ ଡିସେମ୍ବର ୫ ତାରିଖରେ ପ୍ରଦାନ କରିଥିବା ନେଇ ଶ୍ରୀ କର ସୂଚନା ପ୍ରଦାନ କରିଛନ୍ତି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.