ସମ୍ବଲପୁର, ୨୯/୧୧: ପଶ୍ଚିମ ଓଡିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପାଇଁ ୪୮ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି।
କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଦିଆଯାଇଥିବା ବନ୍ଦ ଡାକରାରୁ ବାଦ ପଡିନି ରେଳ ସେବା । ରେଳରୋକ କରିଛନ୍ତି ଆନ୍ଦୋଳନକାରୀ । ଫଳରେ ସମ୍ଵଲପୁର-ପୁରୀ, ସମ୍ଵଲପୁର-ରାୟଗଡ଼ା, ରାଉରକେଲା-ଭୁବନେଶ୍ବର ଇଣ୍ଟରସିଟି ଏକ୍ସପ୍ରେସକୁ ବାତିଲ କରାଯାଇଛି।
ଏଥିସହ ଦୋକାନ ବଜାର, ସ୍କୁଲ, କଲେଜ, ବ୍ୟବସାୟିକ ପ୍ରତିଷ୍ଠାନ, ଯାନବାହାନ ଚଳାଚଳ ବନ୍ଦ ରହିଛି। ଫଳରେ ସାଧାରଣ ଜୀବନ ଯାତ୍ରା ବ୍ୟାହତ ହୋଇପଡିଛି। ଆନ୍ଦୋଳନ ଶୁକ୍ରବାର ପର୍ଯ୍ୟନ୍ତ ଚାଲିବ।