ତୁଳାପଡ଼ା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ-ଓ କାର୍ଯ୍ୟକ୍ରମ ଉଦଯାପିତ 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ ଅଧିନସ୍ଥ ତୁଳାପଡ଼ା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚାଲିଥିବା ନୂଆ-ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ସୁଶୀଳ ସେନାପତିଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର କୁମାର ସିଂଦେଓ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଛାତ୍ରଛାତ୍ରୀ ହିତକର ଏହି “ଯୁବ ଓଡିଶା ନବୀନ ଓଡିଶା” କାର୍ଯ୍ୟକ୍ରମ ବିଷୟରେ ମାର୍ଗଦର୍ଶନ ଦେଇଥିଲେ। ସମ୍ମାନୀତ ଅତିଥି ଭାବରେ ନର୍ଲା ବ୍ଲକ ଅଧ୍ୟକ୍ଷା ମନୋରମା ମହାନ୍ତି, ଉପାଧ୍ୟକ୍ଷ ଦୁର୍ଗାପ୍ରସାଦ ମହାନ୍ତି, ପ୍ରଗତିବାଦୀ ଡିଜିଏମ କମ୍ବୁପାଣି ମିଶ୍ର, ବରିଷ୍ଠ ଆଇନଜୀବୀ ଜୟ ସିଂଦେଓ ପ୍ରମୁଖ ଯୋଗଦାନ କରି ଛାତ୍ରଛାତ୍ରୀମାନେ ପାଠ ପଢ଼ା ସହିତ କ୍ରିଡ଼ା କ୍ଷେତ୍ରରେ ମଧ୍ୟ ଦକ୍ଷତା ହାସଲ କରିବା ଉଚିତ ବୋଲି ମାର୍ଗଦର୍ଶନ ଦେଇଥିଲେ। କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗ ମଧ୍ୟରେ ଖେଳ ବିଭାଗରେ ଫୁଟବଲ, ଭଲିବଲ୍, ଦୌଡ଼, ବେଡମିନ୍ତନ୍, ଲମ୍ବା ଡ଼ିଆଁ, ଉଚ୍ଚ ଡିଆଁ ପ୍ରଭୃତି ରହିଥିବା ବେଳେ ସାସ୍କୃତିକ କାର୍ଯ୍ୟକମ ଗୁଡିକ ମଧ୍ୟରେ ନାଚ, ଗୀତ, ଡ୍ରାମା, ବକ୍ତୃତା, ପ୍ରବନ୍ଧ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା। ସାମାଜିକ କାର୍ଯ୍ୟକ୍ରମ ଗୁଡ଼ିକ ମଧ୍ୟରେ ସ୍ବଚ୍ଛତା, ରାସ୍ତା ସଫେଇ, ଶିକ୍ଷା ସଚେତନତା, ସ୍ବାସ୍ଥ୍ୟ ସଚେତନତା, ନିଶା ନିବାରଣ ପ୍ରଭୃତି କାର୍ଯ୍ୟକ୍ରଗୁଡ଼ିକ ପର୍ଯ୍ୟାୟ କ୍ରମେ ଅନୁଷ୍ଠିତ ହୋଇଥଲା। କାର୍ଯ୍ୟକ୍ରମର ଅନ୍ତିମ ଦିବସରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ବିଦ୍ୟାଳୟର ଅଧ୍ୟାପକ ସମୀର ମହାପାତ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ବିଦ୍ୟାଳୟର ସମସ୍ତ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। କାର୍ଯ୍ୟକ୍ରମ ଶେଷରେ ଅଧ୍ୟକ୍ଷ ଶ୍ରୀ ସେନାପତି ଧନ୍ୟବାଦ ଅର୍ପଣ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.