ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟରେ ସେନଫେଷ୍ଟ-୨୦୨୩ ଉଦଯାପିତ

ଓଡ଼ିଆ ବାର୍ତ୍ତା/ ରାୟଗଡା (ଶିବ ନାରାୟଣ ଗୈାଡ): ରାୟଗଡା ସହର ଉପକଣ୍ଠ ପିତାମହଲ ସ୍ଥିତ ସେଞ୍ଚୁରିଅନ ବିଶ୍ୱ ବିଦ୍ୟାଳୟ ପରିସରରେ ଦୁଇ ଦିନ ଧରି ଚାଲିଥିବା ବାର୍ଷିକ ଉତ୍ସବ ସେନଫେଷ୍ଟ-୨୦୨୩ ସୋମବାରରେ ଉଦଯାପିତ ହୋଇଯାଇଛି। ମୁଖ୍ୟ ଅତିଥି ରୂପେ ଜିଲ୍ଲା ଜନ ସ୍ଵାସ୍ଥ୍ୟ ଅଧିକାରୀ ଡ଼ଃ ଭି. ଲୋକନାଥ ରାଜୁ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ସେଞ୍ଚୁରିଅନ ବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟ ନିର୍ଦ୍ଦେଶକ ଡ଼ଃ. ରାଜେଶ କୁମାର ପାଢ଼ୀ, ବିଶ୍ବ ବିଦ୍ୟାଳୟ ଅଧ୍ୟକ୍ଷ ଡ଼ଃ. ଚନ୍ଦ୍ରଶେଖର ପାତ୍ର ବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟ ପ୍ରଶାସନିକ ଅଧିକାରୀ କୃଷ୍ଣଚନ୍ଦ୍ର ମହାପାତ୍ର ପ୍ରମୁଖ ମଞ୍ଚାସୀନ ଥିଲେ। ସେଞ୍ଚୁରିଅନ ଭଳି ଶିକ୍ଷାନୁଷ୍ଠାନ ଅଞ୍ଚଳର ଯୁବପିଢୀଙ୍କୁ ଶିକ୍ଷା ଦ୍ୱାରା ଆତ୍ମନିର୍ଭରଶୀଳ କୌଶଳ ପ୍ରଦାନ କରିବା ଦିଗରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଆସିଛି। ସେଞ୍ଚୁରିଅନ ଶିକ୍ଷାନୁଷ୍ଠାନ ପଛୁଆ ଅଞ୍ଚଳକୁ ଆଗକୁ ନେବାରେ ସହାୟକ ହୋଇଛି ବୋଲି ମୁଖ୍ୟ ଅତିଥୀ ଶ୍ରୀ ରାଜୁ ସଭାରେ ମତବ୍ୟକ୍ତ କରିଛନ୍ତି। ଏହି ଅବସରରେ ସେଞ୍ଚୁରିଅନ ବିଶ୍ବ ବିଦ୍ୟାଳୟ ତରଫରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ସମ୍ମାନୀତ କରାଯାଇଥିଲା। ସେହପରି ଶ୍ରେଷ୍ଠ ଶିକ୍ଷକ ଭାବେ ଶ୍ରି ଲାଡି ଆଳିକ କୁମାରଙ୍କୁ ସମ୍ମାନିତ କରାଯାଇଛି। ଏଥିସହିତ ଫାର୍ମାସୀ ବିଭାଗର ଛାତ୍ରଛାତ୍ରୀଙ୍କ ଦ୍ୱାରା ବିଭିନ୍ନ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ୩ହଜାରରୁ ଉର୍ଦ୍ଧ୍ୱ ଅଭିଭାବକ ଓ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.