ରେଙ୍ଗାଲପାଲି ଗ୍ରାମ ପଞ୍ଚାୟତରେ ଜୟ ଜଗନ୍ନାଥ ଅର୍ପଣ ରଥକୁ ଭବ୍ୟ ସ୍ବାଗତ 

ଓଡ଼ିଆ ବାର୍ତ୍ତା/ ଜୟପାଟଣା (ଧନେଶ୍ଵର ପୁଞ୍ଜି): ଜୟପାଟଣା ବ୍ଲକ ଅନ୍ତର୍ଗତ ରେଙ୍ଗାଲପାଲି ଗ୍ରାମ ପଞ୍ଚାୟତର ବିଭିନ୍ନ ଗ୍ରାମରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅର୍ପଣ ରଥକୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ରେଙ୍ଗାଲପାଲି ସରପଞ୍ଚ ଐଶ୍ୱର୍ଯ୍ୟ କୁମାର ଦାସଙ୍କ ନେତୃତ୍ବରେ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରୁ ଶ୍ରୀଜଗନ୍ନାଥ ଅର୍ପଣ ରଥ ପଞ୍ଚାୟତର ରେଙ୍ଗାଲପାଲି, ତାଲପଦର, ଗୋଡଭଞ୍ଜା, କାଦୋଗୁଡା, ଗୁମାପଡା, ଗୋପାଳପୁର ଆଦି ଗ୍ରାମ  ପରିକ୍ରମା କରି ଅରୁଆ ଚାଉଳ ଓ ଗୁଆ ଶ୍ରୀ ଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ସଂଗ୍ରହ କରୁଥିବା ବେଳେ ଆଧ୍ୟାତ୍ମିକ ଓ ଭକ୍ତିମୟ ପରିବେଶ ସୃଷ୍ଟି କରିବା ପାଇଁ ସଙ୍କୀର୍ତ୍ତନ ମଣ୍ଡଳୀ ସାମିଲ ହୋଇଥିବା ଦେଖିବାକୁ ମିଳିଥିଲା। ଏଥିରେ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ ସଞ୍ଜୀବ କୁମାର ସା, ଗ୍ରାମ ରୋଜଗାର ସେବକ, ସହିତ ଦୂର୍ବ ଚରଣ ସାହୁ, ଧନେଶ୍ଵର ପୁଞ୍ଜି, କୁମର ଶବର, ପ୍ରମୁଖ ସାମିଲ ହୋଇଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.