ବାତେଲିମା ଗ୍ରାମପଞ୍ଚାୟତରେ ନୂଆ ଓଡ଼ିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବାତେଲିମା ଗ୍ରାମପଞ୍ଚାୟତଠାରେ ଆଜି ନୂଆ ଓଡ଼ିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀ ଯୋଗ ଦେଇଥିବାବେଳେ ମୁଖ୍ୟ ବକ୍ତା ଭାବେ ଲାଞ୍ଜିଗଡ଼ ବିଡ଼ିଓ ଶଶାଙ୍କ ପାତ୍ର ଯୋଗଦେଇ ଥିଲେ। ସମ୍ମାନିତ ଅତିଥି ଭାବେ ପୂର୍ବତନ ଉପାଧ୍ୟକ୍ଷ ଜଗଦୀଶ ବେନିଆ, ଜିଲ୍ଲା ପରିଷଦ ସଭ୍ୟ ପରିକ୍ଷିତ ନାଏକ, ଆମ ଓଡ଼ିଶା ନବୀନ ଓଡ଼ିଶା ଉପଖଣ୍ଡ ସଂଯୋଜକ ବଦ୍ରିନାଥ ପଟ୍ଟନାୟକ, ବିଧାୟକ ପ୍ରତିନିଧି ପ୍ରଦୀପ କୁମାର ଘଡେ଼ଇ, ସରପଞ୍ଚ ସଂଘ ସଭାପତି ସାନ୍ଦ୍ରୁ ମାଝୀ, ଯୁବ ସମାଜସେବୀ ପାତ୍ର ମାଝୀ ପ୍ରମୁଖ ମଞ୍ଚାସିନ ଥିଲେ। ସରପଞ୍ଚ କରୁଣା ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଚେତନତା କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସଂପର୍କରେ ଜନସାଧାରଣଙ୍କୁ ଅବଗତ କରାଯାଇଥିଲା। ଗ୍ରାମପଞ୍ଚାୟତ ନିର୍ବାହୀ ଅଧିକାରୀ ମାଧବାନନ୍ଦ କରୁଆଁଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଆୟୋଜିତ ସଚେତନତା କାର୍ଯ୍ୟକ୍ରମରେ ପଞ୍ଚାୟତର ବିଭିନ୍ନ ଗାଁରୁ ଶହ ଶହ ସଂଖ୍ୟାରେ ଜନସାଧାରଣ ସାମିଲ ହୋଇଥିଲେ। ଗ୍ରାମ ରୋଜଗାର ସେବକ ମିନକେତନ ଦଳେଇଙ୍କ ନେତୃତ୍ବରେ ଯୋଗାଣ ସହାୟକ ମିଥୁନ ମହାକୁଡ଼, ଏମବିକେ, ସିଆରପି, ସମାଜସେବୀ ମୁରଲି ନାଏକଙ୍କ ସମେତ ୱାର୍ଡସଭ୍ୟ, ସଭ୍ୟା,ଆଶା, ଅଙ୍ଗନୱାଡ଼ି କର୍ମୀ, ଗାଁସାଥୀ, ମହିଳା ଗୋଷ୍ଠୀର ସଦସ୍ୟାଙ୍କ ସମେତ ବିଭିନ୍ନ ବିଭାଗର କର୍ମକର୍ତ୍ତା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିବାବେଳେ ସାମ୍ବାଦିକ ଗୋପାଳଦାସ ମହାନନ୍ଦ ସଭା ପରିଚାଳନା କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.