ହାରାମାଲ ହାଇସ୍କୁଲରେ ବାର୍ଷିକ କ୍ରୀଡ଼ା ଓ ବାର୍ଷିକୋତ୍ସବ

ଓଡ଼ିଆ ବାର୍ତ୍ତା/ କଲମପୁର (ଶରତ ଚନ୍ଦ୍ର ସୁନାନୀ): କଳାହାଣ୍ଡି ଜିଲା କଲମପୁର ବ୍ଲକ ଅନ୍ତର୍ଗତ ହାରାମାଲ ହାଇସ୍କୁଲ ଠାରେ ୩୫ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ବୁଢାରଜା ମନ୍ଦିରରୁ ମଶାଲ ବାହାରି ପଞ୍ଚାୟତ ଖେଳ ପଡ଼ିଆରେ ସ୍ଥାପନ କରାଯିବା ପରେ ସମସ୍ତ ଅତିଥିଙ୍କ ଉପସ୍ଥିତିରେ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା। ବିଦ୍ୟାଳୟର ସଭାପତି କ୍ଷେତ୍ରମୋହନ ମାଝୀଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ କଳମପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ମଧୁସ୍ମିତା ନାଏକ ଯୋଗ ଦେଇଥିବାବେଳେ ମୁଖ୍ୟବକ୍ତା ଭାବେ ବଡ଼କୁଟ୍ରୁ ହାଇସ୍କୁଲର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଶରତ ଚନ୍ଦ୍ର ମୁଣ୍ଡ, ହୀରାପୁର ହାଇସ୍କୁଲର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ରଜନୀ କାନ୍ତ ଠାକୁର, ହାରାମାଲ ରାଜସ୍ବ ନିରୀକ୍ଷକ ସୁବୋଦା ନାଏକ, ହାରାମାଲ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କାଳିକିଙ୍କର ମିଶ୍ର ଅତିରିକ୍ତ ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ବେହେରା ପ୍ରମୁଖ ସମ୍ମାନିତ ଅତିଥି ଭାବେଯୋଗ ଦେଇଥିଲେ। ଏହି ବାର୍ଷିକ କ୍ରୀଡାରେ ବିଦ୍ୟାଳୟର କ୍ରୀଡା ଶିକ୍ଷକ ବିକାଶ କୁମାର ପଣ୍ଡା ଖେଳ ପରିଚାଳନା କରିଥିବା ବେଳେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ତିନି ଦିନ ଧରି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପ୍ରତିଯୋଗିତାରେ ବାଳକ ବିଭାଗରୁ ଦଶମ ଶ୍ରେଣୀର ଛାତ୍ର ଭରତ ଦଲପତି ଚାମ୍ପିଅନ ହୋଇଥିବା ବେଳେ ବାଳିକା ବିଭାଗରୁ ନବମ ଶ୍ରେଣୀର ଛାତ୍ରୀ ସୁନିତା ପରାଭୋଇ ଚାମ୍ପିଅନ୍ ହୋଇଥିଲେ। ପରେ ପ୍ରତ୍ୟେକ ବିଭାଗରୁ ବିଜୟୀ ହୋଇଥିବା ଛାତ୍ରଛାତ୍ରୀଙ୍କୁ ମାନପତ୍ର ସହ ଟ୍ରଫି ପ୍ରଦାନ କରଯାଇଥିଲା । ପରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅନେକ ପ୍ରକାର ନୃତ୍ୟ, ସଙ୍ଗୀତ ଓ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବଡ଼କୁଟ୍ରୁ ହାଇସ୍କୁଲର ପ୍ରଧାନ ଶିକ୍ଷକ ପ୍ରଭାତ କୁମାର ସାହୁ ମଞ୍ଚ ପରିଚାଳନା କରିଥିବାବେଳେ ବିଦ୍ୟାଳୟର ସହକାରୀ ଶିକ୍ଷକ ପଙ୍କଜ କୁମାର ଜେନା ଶିକ୍ଷୟତ୍ରୀ ଅଞ୍ଜଳି ପଣ୍ଡା, ଦାସରଥି ମହାପାତ୍ର, କିଶୋର ଚନ୍ଦ୍ର ପ୍ରଧାନୀ, ପିଅନ ସୁଜନ ଶବର,ରୀନା ଶବର ପ୍ରମୁଖ କାର୍ଯ୍ୟକ୍ରମରେ ବିଶେଷ ସହଯୋଗ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.