ମା ମାଣିକେଶ୍ୱରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ଉଦ୍‌ଯାପିତ 

ଓଡ଼ିଆ ବାର୍ତ୍ତା/ ଥୁଆମୂଳ ରାମପୁର (ପ୍ରଦୀପ କୁମାର ପଣ୍ଡା): ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଓ ଶ୍ରୀ ଜଗନ୍ନାଥ ମନ୍ଦିର ପରିକ୍ରମା ପରିପ୍ରେକ୍ଷୀରେ ଆୟୋଜିତ ସାହିତ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମ ଆଜି ସ୍ଥାନୀୟ ମା ମାଣିକେଶ୍ୱରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଉଦଯାପିତ ହୋଇଯାଇଛି। ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଓଡ଼ିଆ ଭାଷାରେ ବକ୍ତୃତା, ପ୍ରବନ୍ଧ ଲିଖନ, କବିତା ଆବୃତ୍ତି, ଗଳ୍ପ ଲିଖନ, ସଂଳାପ, ଭଜନ/ଜଣାଣ, ଚିତ୍ରାଙ୍କନ, କ୍ୱିଜ, ଲୋକନୃତ୍ୟ, ଲକ୍ଷ୍ମୀ ପୁରାଣ ଓ ଭାଗବତ ପାଠ, କବିତା ଲିଖନ, ଓଡ଼ିଆ ହସ୍ତାକ୍ଷର ଲିଖନ ପ୍ରତିଯୋଗିତା ଓ ଓଡ଼ିଆ ଭାଷା ସାହିତ୍ୟ ଏବଂ ଶ୍ରୀ ଜଗନ୍ନାଥ ସଂସ୍କୃତି ସମ୍ପର୍କରେ ଆଲୋଚନା ଚକ୍ର ଆୟୋଜିତ ହୋଇଥିଲା। ଉଦଯାପନୀ ସମାରୋହରେ ବିଶିଷ୍ଟ ଗବେଷକ ପୂର୍ବତନ ଓଡ଼ିଶା ସାହିତ୍ୟ ଏକାଡେମୀ ସଦସ୍ୟ ସତ୍ୟନାରାୟଣ ମହାପାତ୍ର ଓ ନିକଟରେ କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ଗାଳ୍ପିକ ଡିଲେଶ୍ବର ରଣା ଯୋଗଦେଇ ଓଡ଼ିଆ ଭାଷାର ବହୁଳ ବ୍ୟବହାର ଓ ଶ୍ରୀ ଜଗନ୍ନାଥ ସଂସ୍କୃତିର ବିବିଧ ଦିଗ ଉପରେ ଆଲୋକପାତ କରିଥିଲେ। ଅନୁଷ୍ଠାନର ଅଧ୍ୟକ୍ଷ ସତ୍ୟନାରାୟଣ ମୁଣ୍ଡଛିନାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାକୁ ଅଧ୍ୟାପକ ବବୃ ବାହାନ ବୁଦ୍ଧିଆ ପରିଚାଳନା କରିଥିବାବେଳେ ଅଧ୍ୟାପକ ସରୋଜ କୁମାର ପଟ୍ଟଯୋଶୀ ଧନ୍ୟବାଦ ଅର୍ପଣ କରିଥିଲେ। ବିଭିନ୍ନ ପ୍ରତିଯୋଗିତାକୁ କ୍ରୀଡା ଶିକ୍ଷକ ବନବିହାରୀ ପରିଡା ସଞ୍ଚାଳନ କରିଥିଲେ। ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀମାନଙ୍କୁ ଏହି ଅବସରରେ ପୁରସ୍କୃତ କରାଯାଇଥିଲା। 

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.