ଶିରିମସ୍କା ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ 

ଓଡ଼ିଆ ବାର୍ତ୍ତା/ ଥୁଆମୂଳ ରାମପୁର (ପ୍ରଦୀପ କୁମାର ପଣ୍ଡା): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଶିରିମସ୍କା ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି ବିଦ୍ୟାଳୟର ପ୍ରଥମ ବାର୍ଷିକୋତ୍ସବ ୨୦୨୪। ୧୯୬୯ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟ ୨୦୦୮ ମସିହାରେ ଉନ୍ନୀତ ହୋଇ ଉଚ୍ଚ ବିଦ୍ୟାଳୟର ମାନ୍ୟତା ପାଇଛି।ଉଚ୍ଚ ବିଦ୍ୟାଳୟର ଏହେଉଛି ପ୍ରଥମ ବାର୍ଷିକ ଉତ୍ସବ। ଥୁଆମୂଳ ରାମପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ଦୟାନିଧି ମାଝୀ ମୁଖ୍ୟ ଅତିଥି ଭାବେ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଏମ୍.ଏମ.ପି.ଏସ୍ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ସତ୍ୟ ନାରାୟଣ ମୁଣ୍ଡଛିନା, ସିନ୍ଧିପଦର ପଞ୍ଚାୟତର ସରପଞ୍ଚ ଶ୍ରୀମତୀ ଗୀତାଞ୍ଜଳି ମାଝୀ, ଥୁଆମୂଳ ରାମପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ କୃତୀବାସ ନାଏକ,  କାଣିଗୁମା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିବଶଙ୍କର ରାୟ ଏବଂ ସି.ଆର୍.ସି.ସି ତପନ କୁମାର ବେହେରା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ।

ବିଘ୍ନ ବିନାଶକ ଶ୍ରୀ ଗଣେଶଙ୍କ ପ୍ରତିମୂର୍ତ୍ତିରେ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ଆମନ୍ତ୍ରିତ ଅତିଥି ଗଣ। ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବୈରାଗୀ ଚରଣ ନାଏକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବାର୍ଷିକୋତ୍ସବ ମଞ୍ଚାସୀନ ହୋଇଥିଲେ ସମସ୍ତ ଅତିଥି। ଆମନ୍ତ୍ରିତ ଅତିଥି ମାନଙ୍କ ପରିଚୟ ପ୍ରଦାନ ପରେ ବିଦ୍ୟାଳୟ ର ବାର୍ଷିକ ବିବରଣୀ ପାଠ କରିଥିଲେ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ନିରଞ୍ଜନ ଦାସ।ଏହାପରେ ଅତିଥି ମାନେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ମାର୍ଗ ଦର୍ଶନ ଦେଇ ଉଜ୍ବଳ ଭବିଷ୍ୟତର କାମନା କରିଥିଲେ। ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ମଞ୍ଚରେ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶନ କରିଥିଲେ। ପୁର୍ବରୁ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗୀତାରେ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ବାରା ପୁରଷ୍କୃତ କରାଯାଇଥିଲା। ଶିକ୍ଷକ ଶ୍ରୀ ହରି ନାରାୟଣ ବାଗ ମଞ୍ଚ ପରିଚାଳନା କରିଥିବା ବେଳେ ବିଦ୍ୟାଳୟର ଶିକ୍ଷକ ଜ୍ଞାନବ୍ରତ ପ୍ରଧାନ, ରାହୁଲ ମେହେର, ଶିବରାମ କାର୍ଜି, କାନ୍ଦ୍ରା ମାଝୀ, ସୌଭାଗ୍ୟ ରଞ୍ଜନ ରାଉତ ଏବଂ ଶିକ୍ଷକ ବାବୁଲା ବାନ୍ଦିଆ ପ୍ରମୁଖଙ୍କ ସହଯୋଗରେ ସୁଚାରୁ ରୂପେ ସମ୍ପନ ହୋଇଥିଲା ବିଦ୍ୟାଳୟ ବାର୍ଷିକୋତ୍ସବ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.