ରାଧାକୃଷ୍ଣ ହାଇସ୍କୁଲରେ ଓଡ଼ିଆ ଭାଷା ସମ୍ମିଳନୀ

ଅତିଥି ଭାବରେ ଯୋଗଦେଲେ ଡବ୍ଲୁଓଡ଼ିସି ବିଶେଷଜ୍ଞ ସଦସ୍ୟ ଅବିନାଶ ଠାକୁର

ଓଡିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଳକ ଅନ୍ତର୍ଗତ ରାଧାକୃଷ୍ଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଶାନ୍ତପୁର ଠାରେ “ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ” ର ଆୟୋଜନ ଓ “ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ” ର ଉଦଘାଟନ ପରିପ୍ରେକ୍ଷୀରେ ଅନୁଷ୍ଠିତ “ନୂଆ-ଓ… ସାହିତ୍ୟ ପ୍ରତିଯୋଗିତା” ଉତ୍ସବରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ବିଶେଷଜ୍ଞ ସଦସ୍ୟ ଅବିନାଶ ଠାକୁର ସମ୍ମାନୀତ ଅତିଥି ଭାବରେ ଯୋଗଦେଇ ସାଧାରଣ ଜ୍ଞାନ, ସଂଗୀତ, ପ୍ରବନ୍ଧ, ଗଳ୍ପ ଲିଖନ, ବ୍ୟାକରଣ ଇତ୍ୟାଦି ପ୍ରତିଯୋଗିତାରେ କୃତି ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରିଥିଲି । ଏହି କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବରେ ନର୍ଲା ବିଧାୟକ ଭୁପିନ୍ଦର ସିଂହ ମଧ୍ୟ ଯୋଗଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସାରଙ୍ଗଧର ଠାକୁରଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଶିକ୍ଷକ ଶିକ୍ଷୟତ୍ରୀ ମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.