ବଡ଼ପୋଡ଼ାଗୁଡାଠାରେ ‘ଆମ ଓଡିଶା ନବୀନ ଓଡ଼ିଶା’ ସଚେତନତା ଶିବିର

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଠାରେ ସୋମବାର ‘ଆମ ଓଡିଶା ନବୀନ ଓଡ଼ିଶା’ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ସରପଞ୍ଚ ଜମୁନା ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଏଥିରେ ଧର୍ମଗଡ଼ ବିଧାୟକ ମୌଷଧି ବାଗ ମୁଖ୍ୟ ଅତିଥିଭାବେ ଯୋଗଦେଇ ସରକାରଙ୍କ ଜନହିତକର ଯୋଜନା ଉପରେ ଲୋକଙ୍କୁ ସଚେତନ କରିଥିଲେ। କୋକସରା ବ୍ଳକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ, ଆମପାଣି ଜିଲ୍ଲା ପରିଷଦ ସଭ୍ୟ ହେମନ୍ତ ମାଝୀ, ଆମପାଣି ସରପଞ୍ଚ ରୁକ୍ମିଣୀ ବାଣୁଆ, ପୂର୍ବତନ ସରପଞ୍ଚ ଗୋବର୍ଦ୍ଧନ ନାଏକ, ଜମୁନା ମାଝୀ, ଜନେକ ନାଏକ, ଜିତେନ୍ଦ୍ର ପଣ୍ଡା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ କୃଷି, ଉଦ୍ୟାନ କୃଷି, ସ୍ବାସ୍ଥ୍ୟ, ଶିକ୍ଷା, ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ, ପ୍ରାଣୀ ସମ୍ପଦ ବିଭାଗ ଆଦି ଅନେକ ବିଭାଗର ସ୍ୱତନ୍ତ୍ର ଷ୍ଟଲ୍ ଖୋଲାଯାଇ ଅଧିକାରୀ ମାନଙ୍କ ଦ୍ବାରା ଜନ ସାଧାରଣଙ୍କୁ ମାର୍ଗ ଦର୍ଶନ ଦିଆଯାଇଥିଲା। ଏଥିରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସମେତ ବିଭିନ୍ନ ସାଂସ୍କୃତିକ ଦଳ ଯୋଗଦେଇ ରାଜ୍ୟ ସରକାରଙ୍କ ଅନେକ ଜନହିତକର କାର୍ଯ୍ୟକ୍ରମକୁ ନୃତ୍ୟ ଓ ସଂଗୀତ ମାଧ୍ୟମରେ ପ୍ରଦର୍ଶନ କରିଥିଲେ। ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଗୀରିସ ଚନ୍ଦ୍ର ନାଏକ କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ ମଞ୍ଚକୁ ଗଜିନ୍ଦ୍ର ନାଗ ପରିଚାଳନା କରିଥିଲେ। ଗ୍ରାମ ରୋଜଗାର ସେବକ ହେମନ୍ତ ବଚ୍ଛା ସମେତ ପଞ୍ଚାୟତର କର୍ମଚାରୀମାନେ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.