ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ହେମନ୍ତ ସାହୁ/ ସୁଶାନ୍ତ କୁମାର ଦଳେଇ): କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ୍ ସାନ ଚେର ଗାଁ ବସ୍ତରାଣୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗୀତା କାର୍ଯ୍ୟକ୍ରମରେ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇ ଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ତ୍ରିଲୋଚନ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ଭାବେ ବିଶିଷ୍ଟ ସାହିତ୍ୟିକ ପଦ୍ମ ଲୋଚନ ମିଶ୍ର, ସମ୍ମାନୀତ ବକ୍ତା କବି ତଥା ସାମ୍ବାଦିକ ହେମନ୍ତ ସାହୁ ଯୋଗ ଦେଇଥିଲେ। ଓଡ଼ିଆ ଅଧ୍ୟାପକ ରଞ୍ଜନ କୁମାର ପଣ୍ଡା ପ୍ରାରମ୍ଭିକ ବକ୍ତବ୍ୟ ପ୍ରଦାନ, ଇଂରାଜୀ ଅଧ୍ୟାପକ ଶିଶିର କୁମାର ସାହୁ ଅତିଥି ପରିଚୟ ପ୍ରଦାନ କରିବାବେଳେ ଓଡ଼ିଆ ଅଧ୍ୟାପକ ଅରବିନ୍ଦ ମୁଣ୍ଡ ମଞ୍ଚ ପରିଚାଳନା କରିଥିଲେ। ଏହି ଅବସରରେ ଓଡ଼ିଆ ସାହିତ୍ୟ ଓ ଜଗନ୍ନାଥ ସଂସ୍କୃତି ଉପରେ ବିଶେଷ ଭାବରେ ଆଲୋଚନା ହୋଇଥିଲା। କାର୍ଯ୍ୟକ୍ରମର ନୋଡାଲ ଅଧିକାରୀ ତଥା ରାଜନୀତି ବିଜ୍ଞାନ ଅଧ୍ୟାପକ ଅଗସ୍ତି ସୁନାନୀ ଧନ୍ୟବାଦ ଅର୍ପଣ କରିଥିଲେ। ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଅଧ୍ୟାପକ ତପନ କୁମାର ଗହୀର, ସୁକାନ୍ତ ଘଡେ଼ଇ, ସୁଶାନ୍ତ ରଣା, ଦୀନେଶ ପଟେଲ, ଥବୀର ନାଏକ, ଅଖିଳେଶ ଶତପଥୀ, ଜୟଦେବ ପାଢ଼ୀଙ୍କ ସମେତ ଅନ୍ୟ ସମସ୍ତ କର୍ମଚାରୀ, ଛାତ୍ର ଛାତ୍ରୀ ପ୍ରମୁଖ ସହଯୋଗ କରିଥିଲେ।