ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଲେ ତପିମଣି ଜାନି ଓ ସନ୍ତୋଷ କର

ଓଡିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଛନ୍ତି ନର୍ଲା ବ୍ଲକ ଶିକ୍ଷାଧିକାରୀ ତପିମଣି ଜାନୀ ଓ ନର୍ଲାରୋଡ଼ ଜୟଦୂର୍ଗା ହାଇସ୍କୁଲର ବିଜ୍ଞାନ ଶିକ୍ଷକ ସନ୍ତୋଷ କୁମାର କର। ଏ ଖବର ଜଣା ପଡ଼ିବା ପରେ ନର୍ଲା କାହିଁକି ସାରା ଜିଲ୍ଲାରେ ଖୁସିର ଲହରୀ ଖେଳି ଯାଇଛି। ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଆନୁକୁଲ୍ୟରେ ବୁଧବାର ଅନୁଷ୍ଠିତ ହୋଇଯାଇଛି ରାଜ୍ୟସ୍ତରୀୟ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ପ୍ରଦାନ କାର୍ଯ୍ୟକ୍ରମ। ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ କ୍ଷେତ୍ରରେ ‘ବ୍ୟକ୍ତିଗତ’ଠାରୁ ନେଇ ‘ସାଂଗଠନିକ’ ସ୍ତର ପର୍ଯ୍ୟନ୍ତ ସମସ୍ତଙ୍କ ଭିତରେ ଶ୍ରେଷ୍ଠମାନଙ୍କୁ ବଛାଯାଇ ପୁରସ୍କାର ନିମନ୍ତେ ମନୋନୀତ କରାଯାଇଛି। ମାଧ୍ୟମିକ ଶିକ୍ଷକ ବର୍ଗରେ ଜୟଦୁର୍ଗା ହାଇସ୍କୁଲ ନର୍ଲାରୋଡ଼ର ବିଜ୍ଞାନ ଶିକ୍ଷକ ସନ୍ତୋଷ କୁମାର କର ରାଜ୍ୟ ସ୍ତରରେ ଶ୍ରେଷ୍ଠ ୧୦ ଜଣ ବିଜ୍ଞାନ ଶିକ୍ଷକ ମାନଙ୍କ ମଧ୍ୟରେ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ବ୍ଲକ ଶିକ୍ଷା ଅଧିକାରୀ ବର୍ଗରେ ଶ୍ରେଷ୍ଠ ୧୦ ଟି ବ୍ଲକ ମଧ୍ୟରେ ନର୍ଲା ବ୍ଲକ ଶିକ୍ଷା ଅଧିକାରୀ ତପିମଣି ଜାନୀ ଚତୁର୍ଥ ସ୍ଥାନ ଅଧିକାର କରି ରାଜ୍ୟ ସ୍ତରୀୟ ଉତ୍ସବରେ ସମ୍ମାନିତ ହେଇ ବ୍ଲକର ଗୌରବ ବୃଦ୍ଧି କରିଛନ୍ତି। ଏହି କାର୍ଯ୍ୟକ୍ରମ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିଅମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅନ୍ତର୍ଗତ ‘ମୋ ସ୍କୁଲ୍ ଅଭିଯାନ ପରିଚାଳନା ସଂଗଠନ’ ଦ୍ୱାରା ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସମ୍ମାନିତ ଅତିଥି ଭାବରେ ବିଦ୍ୟାଳୟ ଓ ଗଣଶିକ୍ଷା, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁଦାମ ମାରାଣ୍ଡି, ଅନୁସୂଚିତ ଜନଜାତି ଓ ଜାତି ଉନ୍ମୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତରାଜ ଓ ପାନୀୟଜଳ, ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ପ୍ରମୁଖ ଯୋଗଦାନ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.