‘ନୂଆ ଓଡ଼ିଶା ନବୀନ ଓଡ଼ିଶା’ ପଞ୍ଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ହେମନ୍ତ ସାହୁ): କଳାହାଣ୍ଡି ଜିଲ୍ଲା ମ ରାମପୁର ବ୍ଲକ ଅନ୍ତର୍ଗତ ନୁନପୁର ଗ୍ରାମ ପଞ୍ଚାୟତ ପରିସରରେ “ଆମ ଓଡ଼ିଶା ନବୀନ ଓଡ଼ିଶା”କାର୍ଯ୍ୟକ୍ରମ ସରପଞ୍ଚ ସବିତା ରଣା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ମ, ରାମପୁର ବ୍ଲକ ଅଧ୍ୟକ୍ଷା ମନ୍ଦାକିନୀ ସିଂହଦେଓ, ସମ୍ମାନିତ ଅତିଥି ଗୋଷ୍ଠୀ ଉନ୍ନୟନ ଅଧିକାରୀ ସବ୍ୟସାଚୀ ବେହେରା, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲକ୍ଷ୍ମଣ କୁମାର ପଧାନ, ବିଜେଡ଼ି ଦଳ ବ୍ଲକ ସଭାପତି ଗୋବିନ୍ଦ ପ୍ରସାଦ ଶତପଥି,ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ କୁଳମଣି ସିଂ ରାୟ,ସମିତି ସଭ୍ୟ ଉଦ୍ଧବ ଜାନୀ,ନାଏବ ସରପଞ୍ଚ ମମତା ରଣା, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ସୁରେଶ କୁମାର ଜାଲ ଉପସ୍ଥିତ ରହି କାର୍ଯ୍ୟକ୍ରମ ରେ ଗ୍ରାମାଞ୍ଚଳର ଭିତ୍ତିଭୂମି ବିକାଶ ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନା ଉପରେ ସଚେତନ କରିଥିଲେ । ବରିଷ୍ଠ ସାମ୍ବାଦିକ ହେମନ୍ତ ସାହୁ ମଞ୍ଚ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମ ରେ ସ୍ବାସ୍ଥ୍ୟ, କୃଷି, ଉଦ୍ୟାନ, ଅଙ୍ଗନଓ୍ବାଡି ,ପ୍ରାଣୀ ସମ୍ପଦ, ସ୍ବୟଂ ସହାୟକ ଗୋଷ୍ଠୀ ଷ୍ଟଲ ଖୋଲା ଯାଇଥିଲା। ରାଜ୍ୟ ସରକାର ଙ୍କ ଉନ୍ନୟନ ମୂଳକ କାର୍ଯ୍ୟକ୍ରମକୁ ଟିଭି ମାଧ୍ୟମରେ ପ୍ରଦର୍ଶନ କରାଇଥିଲା। ଏହି କାର୍ଯ୍ୟକ୍ରମ ରେ ସରପଞ୍ଚ ସଂଘ ର ରାଜ୍ୟ ସଭାପତି ରୋମାଞ୍ଚ ସାହୁ ଙ୍କ ସମେତ ସମାଜସେବୀ ବିକାଶ ରଞ୍ଜନ ସିଂହ ଦେଓ, ପ୍ରଦୀପ କୁମାର ପାଣିଗ୍ରାହୀ, ଭବାନୀ ଶଙ୍କର ସାହୁ, ପ୍ରେମ ସାଗର ନାଏକ ପ୍ରମୁଖ ଉପସ୍ଥିତ ଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.