ରାଜ୍ୟ ସରକାରଙ୍କ ଜନହିତକର ଯୋଜନା ଉପରେ ଆଲୋକପାତ
ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକର ଭାନପୁର ଗ୍ରାମ ପଞ୍ଚାୟତରେ ଅନୁଷ୍ଠିତ ହୋଇଯାଇଛି “ଆମ ଓଡିଶା ନବୀନ ଓଡିଶା” କାର୍ଯ୍ୟକ୍ରମ । ଏଥିରେ ଗ୍ରାମାଞ୍ଚଳର ଭିତ୍ତିଭୂମି ବିକାଶ ଓ ରାଜ୍ୟ ସରକାରଙ୍କର ଜନହିତକର ଯୋଜନା ଗୁଡିକ ଉପରେ ଜନସଚେତନତା ସୃଷ୍ଟି କରାଯାଇଥିଲା । ଗ୍ରାମ ପଞ୍ଚାୟତ ସ୍ତରରେ ଗ୍ରାମାଞ୍ଚଳର ଭିତ୍ତିଭୂମି ବିକାଶ ଓ ରାଜ୍ୟ ସରକାରଙ୍କର ବିକାଶ ମୂଳକ କାର୍ଯ୍ୟକ୍ରମକୁ ନେଇ ଅନୁଷ୍ଠିତ ହେଉଛି ଗ୍ରାମ ପଞ୍ଚାୟତ ସ୍ତରୀୟ “ଆମ ଓଡିଶା ନବୀନ ଓଡିଶା” କାର୍ଯ୍ୟକ୍ରମ । ଆଜି ଶନିବାର ୩/୨ ଭାନପୁର ଗ୍ରାମ ପଞ୍ଚାୟତରେ ଏହା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଗ୍ରାମ ପଞ୍ଚାୟତ ଅଞ୍ଚଳର ସମସ୍ତ ସ୍କୁଲ, ଯୁବକ ସଂଘ, କୃଷି ବିଭାଗ, ସ୍ୱାସ୍ଥ୍ୟ ବିଭାଗ, କୃଷି ବିଭାଗ, ଉଦ୍ୟାନ ବିଭାଗ, ଅଙ୍ଗନୱାଡି, ଆଶା କର୍ମୀ ସମସ୍ତଙ୍କୁ ସମ୍ପୃକ୍ତି କରାଯାଇ ଅନୁଷ୍ଠିତ ହୋଇଛି “ଆମ ଓଡିଶା ନବୀନ ଓଡିଶା” କାର୍ଯ୍ୟକ୍ରମ । ଭାନପୁର ସରପଞ୍ଚ ଅନନ୍ତରାମ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂ ଦେଓ ଯୋଗଦାନ କରି ରାଜ୍ୟ ସରକାରଙ୍କ ଗ୍ରାମାଞ୍ଚଳରେ ଭିତ୍ତିଭୂମି ବିକାଶ ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ଗୁଡିକ ଉପରେ ମାର୍ଗଦର୍ଶନ ଦେଇ ଜନସଚେତନତା ସୃଷ୍ଟି କରିଥିଲେ । ସମ୍ମାନୀତ ଅତିଥି ଭାବରେ ଜିଲ୍ଲା ପରିଷଦ ସଦସ୍ୟ ହରିଶଙ୍କର ମାଝୀ , ନମ୍ରତା ସାହୁ, ବାଲସିଙ୍ଗା ସରପଞ୍ଚ ପୂଜା ସାରିନୋଭା ସ୍ୱାଇଁ, ଗାଡେବନ୍ଧ ସରପଞ୍ଚ କବିତା ବାଗ, ଗିଗିନା ସରପଞ୍ଚ ସୁଧାମୟୀ କୁମାର ପ୍ରମୁଖ ମଞ୍ଚାସୀନ ରହି ମାର୍ଗଦର୍ଶନ ଦେଇଥିଲେ । ଅତିଥି ବୃନ୍ଦ ରାଜ୍ୟ ସରକାରଙ୍କ ଜନନୀ ସୁରକ୍ଷା ଯୋଜନାରୁ ଆରମ୍ଭ କରି ହରିଶ୍ଚନ୍ଦ୍ର ଯୋଜନା, ଜଗନ୍ନାଥ ସଂସ୍କୃତିରୁ ଆରମ୍ଭ କରି କୃଷି କ୍ଷେତ୍ରରେ ବିକାଶ ଉପରେ ନର୍ଲାର “ରେତ ଡ୍ୟାମ” ନର୍ଲା ପାଇଁ ବରଦାନ ସାଜିଛି ବୋଲି କହିଥିଲେ । କାର୍ଯ୍ୟକ୍ରମରେ କୃଷି, ସ୍ୱାସ୍ଥ୍ୟ, ଉଦ୍ୟାନ, ଅଙ୍ଗନୱାଡି,ପ୍ରାଣୀ ସମ୍ପଦ ଏଭଳି ୮ ଗୋଟି ବିଭାଗର ଷ୍ଟଲ ଲାଗିଥିବା ବେଳେ ବିଭାଗୀୟ କର୍ମଚାରୀ କୃଷି ବିଭାଗର ଭାନପୁର ଗ୍ରାମ୍ୟ କୃଷି କର୍ମଚାରୀ ଜ୍ୟୋତ୍ସ୍ନା ମହାପାତ୍ର, ତୁଳାପଡାର ସବିତା ସେନାପତି, ପ୍ରାଣୀ ସମ୍ପଦ ବିଭାଗର ଅଧିକାରୀ ଶ୍ରୀ ମିଶ୍ରଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ ଷ୍ଟଲ ମାଧ୍ୟମରେ ଜନସାଧାରଣଙ୍କୁ ସରକାରଙ୍କ ଯୋଜନା ଗୁଡିକ ବିଷୟରେ ଅବଗତ କରାଇ ଜନସଚେତନତା ସୃଷ୍ଟି କରିଥିଲେ । ଭାନପୁର ଗ୍ରାମ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ କ୍ଷୀରସିନ୍ଧୁ ରଣା କାର୍ଯ୍ୟକ୍ରମ ପରିଚଳନା କରିଥିଲେ। ରାଜ୍ୟ ସରକାରଙ୍କ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ଏଲଇଡି ମାଧ୍ୟମରେ ପ୍ରଦର୍ଶିତ କରଯାଇଥିଲା। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଥିଲା। ଯୋଗାଣ ସହାୟକ ମୀନକେତନ ହାତୀ, ଜିଆରଏସ କେଦାର ନିଆଲ, ସୁନୀଲ ସେଠ ପ୍ରମୁଖ କାର୍ଯ୍ୟକ୍ରମ ପରିଚଳନାରେ ସହଯୋଗ କରିଥିଲେ।