ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଗଜିନ୍ଦ୍ର ସାହୁ): ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଉଦଘାଟନ ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ନେଇ ବିଦ୍ୟାଳୟ ସ୍ତରୀୟ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ସିରୋଲ ପଞ୍ଚାୟତର ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଜି ଅନୁଷ୍ଠିତ ହୋଇଥିଲା। ଏଥିରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ସିମାଞ୍ଚଳ ସାହା ମୁଖ୍ୟ ଅତିଥି ଓ ସାମ୍ବାଦିକ ଗଜିନ୍ଦ୍ର ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦାନ କରି ଓଡିଆ ଭାଷା ଓ ସାହିତ୍ୟ ଉପରେ ମତପୋଷଣ କରିଥିଲେ। ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଲିଶା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ଯାମଲାର୍ଜୁନ ସାହୁ, ଉପେନ୍ଦ୍ର ମାଝୀ ପ୍ରମୁଖ ମଞ୍ଚାସୀନ ରହିଥିଲେ ଓ ସହ ଶିକ୍ଷକ ସୁରେନ୍ଦ୍ର ଦୋରା ସଭା ସଂଚାଳନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାଳୟର ପୁରାତନ ଛାତ୍ର ଶଙ୍କରଦେବ ଗୁରୁ, ଗୋପବନ୍ଧୁ ଗହୀର, ପଙ୍କଜ ପୁଟେଲ ପ୍ରମୁଖ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ। ଏହି ଅବସରରେ ପ୍ରତିଯୋଗୀତାରେ କୃତିତ୍ୱ ହାସଲ କରିଥିବା ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା।