ବମକ ଠାରେ ପଞ୍ଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ହେମନ୍ତ ସାହୁ): କଳାହାଣ୍ଡି ଜିଲ୍ଲା ମ ରାମପୁର ବ୍ଲକ ଅନ୍ତର୍ଗତ ବମକ ଗ୍ରାମ ପଞ୍ଚାୟତ ପରିସରରେ “ଆମ ଓଡ଼ିଶା ନବୀନ ଓଡ଼ିଶା” କାର୍ଯ୍ୟକ୍ରମ ନାଏବ ସରପଞ୍ଚ ଯୁବ ରାଣୀ ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ,ସମ୍ମାନୀତ ଅତିଥି ମ, ରାମପୁର ବ୍ଲକ ଅଧ୍ୟକ୍ଷା ମନ୍ଦାକିନୀ ସିଂହଦେଓ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସବ୍ୟସାଚୀ ବେହେରା, ଜି ପି ଓ କୁଳ ମଣି ସିଂ ରାୟ, ଏ ବି ଡି ଓ ଲକ୍ଷ୍ମଣ ପ୍ରଧାନ ସମ୍ମାନିତ ଅତିଥି ସମାଜ ସେବୀ ଗୋବିନ୍ଦ ପ୍ରସାଦ ଶତପଥି,ଆଇନ ଜୀବି ସତ୍ୟ ନାରାୟଣ ସାହୁ, ସମିତି ସଭ୍ୟା ସଂଗୀତା ମାଝୀ,ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ବିଜୟ କୁମାର ସାମଲ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ଗ୍ରାମାଞ୍ଚଳର ଭିତ୍ତିଭୂମି ବିକାଶ ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନା ଉପରେ ସଚେତନ କରିଥିଲେ । ସାମ୍ବାଦିକ ହେମନ୍ତ ସାହୁ ମଞ୍ଚ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମ ରେ ସ୍ବାସ୍ଥ୍ୟ, କୃଷି, ଉଦ୍ୟାନ, ଅଙ୍ଗନଓ୍ବାଡି, ପ୍ରାଣୀ ସମ୍ପଦ, ସ୍ବୟଂ ସହାୟକ ଗୋଷ୍ଠୀ ଷ୍ଟଲ ଖୋଲା ଯାଇଥିଲା। ରାଜ୍ୟ ସରକାରଙ୍କ ଉନ୍ନୟନ ମୂଳକ କାର୍ଯ୍ୟକ୍ରମକୁ ଟିଭି ମାଧ୍ୟମରେ ପ୍ରଦର୍ଶନ କରାଇଥିଲା। କାର୍ଯ୍ୟକ୍ରମ ପରିଚାଳନା ରେ ବିଭିନ୍ନ ବିଭାଗ ର କର୍ମଚାରୀ ମାନେ ସହଯୋଗ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.