ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ହେମନ୍ତ ସାହୁ): କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅନ୍ତର୍ଗତ ମୁଡିଂ ଗ୍ରାମ ପଞ୍ଚାୟତ ପରିସରରେ “ଆମ ଓଡ଼ିଶା ନବୀନ ଓଡ଼ିଶା” ପଞ୍ଚାୟତସ୍ତରୀୟ ସଚେତନତା ଶିବିର ସରପଞ୍ଚ ଶଶୀ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, ସମ୍ମାନୀତ ଅତିଥି ଜିପିଇଓ କୁଳମଣି ସିଂ ରାୟ, ଏବିଡିଓ ଲକ୍ଷ୍ମଣ ପ୍ରଧାନ, ସାମ୍ବାଦିକ ପ୍ରଶାନ୍ତ ସାମନ୍ତରା, ଆଇନଜୀବୀ ସତ୍ୟ ନାରାୟଣ ସାହୁ, ସମାଜସେବୀ ବୁଦ୍ଧି ରାମ ସାହୁ, ସମିତି ସଭ୍ୟା ବାଳମତି ମାଝୀ, ନାଏବ ସରପଞ୍ଚ କୁନ୍ତଳା ଭୋଇ, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ବିଜୟ କୁମାର ସାମଲ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ଗ୍ରାମାଞ୍ଚଳର ଭିତ୍ତିଭୂମି ବିକାଶ ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନା ଉପରେ ସଚେତନ କରିଥିଲେ। ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ, କୃଷି, ଉଦ୍ୟାନ, ଅଙ୍ଗନଓ୍ବାଡି, ପ୍ରାଣୀ ସମ୍ପଦ, ସ୍ବୟଂ ସହାୟକ ଗୋଷ୍ଠୀ ଷ୍ଟଲ ଖୋଲା ଯାଇଥିଲା। ରାଜ୍ୟ ସରକାରଙ୍କ ଉନ୍ନୟନ ମୂଳକ କାର୍ଯ୍ୟକ୍ରମକୁ ଟିଭି ମାଧ୍ୟମରେ ପ୍ରଦର୍ଶନ କରାଇଥିଲା। ସାମ୍ବାଦିକ ହେମନ୍ତ ସାହୁ ମଞ୍ଚ ପରିଚାଳନା କରିଥିବାବେଳେ କାର୍ଯ୍ୟକ୍ରମ ପରିଚାଳନାରେ ବିଭିନ୍ନ ବିଭାଗର କର୍ମଚାରୀମାନେ ସହଯୋଗ କରିଥିଲେ। ସଭା କାର୍ଯ୍ୟ ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା।