ବାଇକକୁ ଧକ୍କା ଦେଲା କାର, ଜଣେ ଗୁରୁତର

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): କୋକସରା ବ୍ଳକ ୨୬ ନମ୍ବର ଜାତୀୟ ରାଜପଥର କୁସୁମଖୁଣ୍ଟି ନୀଳକଣ୍ଠେଶ୍ଵର ମନ୍ଦିର ନିକଟରେ ରବିବାର ସନ୍ଧ୍ୟାରେ ଏକ କାର (ଓଡି ୦୮ ଭି ୪୩୫୭) ଟାଟା ପଞ୍ଚ ଓ ବାଇକ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇଛି। ଏଥିରେ ବାଇକ ଚାଳକ ଉଛଲା ଗ୍ରାମର ଚୁଡ଼ା ରାଉତ (୩୦) ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ଦୁର୍ଘଟଣା ପରେ ତାଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ପୁଲିସକୁ ଖବର ଦେବା ସହ କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ସଂକଟାପନ୍ନ ଥିବାରୁ ଡାକ୍ତର ତାଙ୍କୁ ଭବାନୀପାଟଣା ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତରିତ କରିଥିବା ଜଣାପଡିଛି। ଅନ୍ୟପଟେ ମୋଟେର ଫାଣ୍ଡି ପୁଲିସ ଦୁର୍ଘଟଣା ଘଟାଇଥିବା କାର ସହ ବାଇକ୍ କୁ ଜବତ କରିଥିବାବେଳେ କାର ଚାଳକ ଫେରାର ମାରିଥିବା ସୂଚନା ମିଳିଛି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.